ଭୁବନେଶ୍ୱରରେ ମୋଦି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଦେବେ ଯୋଗ

ଭୁବନେଶ୍ୱର,୧୨।୬: ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ବୁଦବାର ସଂଧ୍ୟାରେ ଜନତା ମଇଦାନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସୁରକ୍ଷା ଦାୟିତ୍ୱକୁ ୩ଟି ଭାଗରେ ବିଭକ୍ତ କରାଯାଇ ବିଶେଷକରି ଜଣେ ଆଇଜି ଓ ଦୁଇ ଡିଆଇଜିଙ୍କୁ ଦାୟିତ୍ୱ ଦିଆଯାଇଛି। ଶପଥ ଗ୍ରହଣ ଉତ୍ସବ ସ୍ଥଳ ଜନତା ମଇଦାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଆଇଜି (ପର୍ସନାଲ) ପ୍ରବୀଣ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି। ବିମାନ ବନ୍ଦର ଦେଇ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ରାଜନେତା ଓ ବରିଷ୍ଠ ବ୍ୟକ୍ତିବିଶେଷମାନେ ଆସିବେ। ତେଣୁ ବିମାନବନ୍ଦର ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନ ବନ୍ଦର ସୁରକ୍ଷାରେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ରହିଛନ୍ତି। ସେହିପରି ଏୟାରପୋର୍ଟଠାରୁ ଜନତା ମଇଦାନ ରାସ୍ତା ଏବଂ ଜନସାଧାରଣଙ୍କ ଆଗମନ ଓ ପାର୍କିଂ ପରିଚାଳନା ପାଇଁ ଡିଆଇଜି ଉମାଶଙ୍କର ଦାଶଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସଆଇ/ଏଏସଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ (ଏସ୍ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ ଟିମ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ ଓ ଜନତା ମଇଦାନର ଡଗ ସ୍କ୍ବାଡ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ପୂର୍ବାହ୍ନରେ ଜନତା ମଇଦାନରେ ସମସ୍ତ ଫୋର୍ସ ଓ ଅଧିକାରୀଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ସୁରକ୍ଷା ଦାୟିତ୍ୱ କିପରି ର୍ନିବାହ କରାଯିବ ସେନେଇ ପୋଲିସ କର୍ମଚାରୀ ଓ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିଭଳି କମିଶନରେଟ ପୋଲିସ ପକ୍ଷରୁ ପ୍ରଧାନମନ୍ତ୍ରୀ ଗସ୍ତର ରୁଟ ଲାଇନ ଅର୍ଥାତ୍ ବିମାନବନ୍ଦରରୁ ରାଜଭବନ ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଏକ କାର୍କେଡ ରିହର୍ସାଲ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri