Posted inଜାତୀୟ

ସିଆର୍‌ପିଏଫ୍‌କୁ ରାତିଅଧିଆ ଆକ୍ରମଣ: ଯବାନ ମୃତ, ୬ ଆହତ

ଜମ୍ମୁ/ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରର କଠୁଆ ଓ ଡୋଡା ଜିଲାରେ ଆତଙ୍କବାଦୀମାନେ ରାତିଅଧିଆ ଆକ୍ରମଣ କରିଛନ୍ତି। ଡୋଡାର ଚତ୍ତେରଗାଲାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ଏକ ଚେକ୍‌ପୋଷ୍ଟରେ ଆତଙ୍କବାଦୀ ଆଖିବୁଜା ଗୁଳି ଚଳାଇବାରୁ ୬ ସୁରକ୍ଷା କର୍ମୀ ଆହତ ହୋଇଛନ୍ତି। ଆହତ ସୁରକ୍ଷା କର୍ମୀଙ୍କ ମଧ୍ୟରେ ରାଷ୍ଟ୍ରୀୟ ରାଇଫଲ୍ସର ୫ ଟ୍ରୁପ୍‌ର ଏବଂ ଜଣେ ସ୍ପେଶାଲ ପୋଲିସ ଅଫିସର (ଏସ୍‌ପିଓ) ରହିଛନ୍ତି। ଅନ୍ୟପକ୍ଷେ କଠୁଆ ଜିଲାର ସଇଦା ସୁଖାଲ ଗ୍ରାମରେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ସିଆର୍‌ପିଏଫ୍‌ ଯବାନ କବୀର ଦାସ ଗୁରୁତର ହୋଇଥିଲେ। ତାଙ୍କୁ ହସ୍ପିଟାଲକୁ ନିଆଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ତଲାସୀ ଅଭିଯାନ ବେଳେ ସୁରକ୍ଷା ବଳର ଜବାବୀ କାର୍ଯ୍ୟାନୁଷ୍ଠାନରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି।

ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ପ୍ରଧାନମନ୍ତ୍ରୀଙ୍କ ନୀରବତାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ଗତ ୩ ଦିନ ଭିତରେ ରେଆସି, କଠୁଆ ଓ ଡୋଡାରେ ୩ଟି ଆକ୍ରମଣ ହେଲାଣି। ଭାଜପା ଶାସନରେ ଦେଶ ବିରୋଧୀ ଷଡ଼ଯନ୍ତ୍ରକାରୀମାନେ କାହିଁକି ଧରାପଡ଼ୁ ନାହାନ୍ତି। ପ୍ରଧାନମନ୍ତ୍ରୀ ଅଭିନନ୍ଦନର ବାର୍ତ୍ତା ଗ୍ରହଣ କରିବାରେ ଏତେ ବ୍ୟସ୍ତ ଅଛନ୍ତି ଯେ ଜମ୍ମୁ-କଶ୍ମୀରରେ ନିର୍ମମ ହତ୍ୟାର ଶିକାର ହୋଇଥିବା ଶ୍ରଦ୍ଧାଳୁଙ୍କ ପରିବାରର ଚିତ୍କାର ଶୁଣିପାରୁ ନାହାନ୍ତି। ସେହିପରି କଂଗ୍ରେସ ମିଡିଆ ପ୍ରଭାରୀ ପଓ୍ବନ ଖେରା କହିଛନ୍ତି, ଉପତ୍ୟକାକୁ ଶାନ୍ତି ଫେରିଛି ବୋଲି ଭାଜପା ଦାବି କରୁଥିବାବେଳେ ଆତଙ୍କବାଦୀଙ୍କ ଆକ୍ରମଣ ବଢ଼ିଚାଲିଛି। ପ୍ରଧାନମନ୍ତ୍ରୀ ଏହା ଉପରେ କାହିଁକି ମୁହଁ ଖୋଲୁନାହାନ୍ତି ବୋଲି ଖେରା ପ୍ରଶ୍ନ କରିଛନ୍ତି।

ରବିବାର ସନ୍ଧ୍ୟାରେ ରେଆସିରେ ଆତଙ୍କବାଦୀମାନେ ଏକ ତୀର୍ଥଯାତ୍ରୀ ବସ୍‌କୁ ଆକ୍ରମଣ କରିଥିଲେ। ଆକ୍ରମଣ ପରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଏକ ଖାଇକୁ ଖସିପଡ଼ିଥିଲା। ଫଳରେ ବୈଷ୍ଣୋଦେବୀ ଦର୍ଶନରେ ଯାଉଥିବା ଉତ୍ତର ପ୍ରଦେଶ, ରାଜସ୍ଥାନ ଓ ଦିଲ୍ଲୀର ୯ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୪୩ ଜଣ ଆହତ ହୋଇଥିଲେ। ଜମ୍ମୁ-କଶ୍ମୀର ପୋଲିସ ଜଣେ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି କରିବା ସହ ତାଙ୍କୁ ଧରାଇଦେଲେ ୨୦ ଲକ୍ଷ ଟଙ୍କା ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri