ଏସ୍‌ବିଆଇର ନୂତନ ଅଭିଯାନ ‘ଏସ୍‌ଏମ୍‌ଇ ଡିଜିଟାଲ ବିଜ୍‌ନେସ୍‌ ଋଣ’, ୪୫ମିନିଟ୍‌ ଭିତରେ…

ଭୁବନେଶ୍ୱର,୧୩।୬: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସବିଆଇ)ର ନୂତନ ଅଭିଯାନ ‘ଏସ୍‌ଏମ୍‌ଇ ଡିଜିଟାଲ ବିଜ୍‌ନେସ୍‌ ଋଣ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏମ୍‌ଏସ୍‌ଏମ୍‌ଇ ଋଣ କ୍ଷେତ୍ରରେ ବ୍ୟାଙ୍କ ଏକ ନୂଆ ମାନଦଣ୍ଡ ଧାର୍ଯ୍ୟ କରାଯାଇଥିଲାବେଳେ ଆସନ୍ତା ୫ବର୍ଷ ମଧ୍ୟରେ ବ୍ୟାଙ୍କର ଅଭିବୃଦ୍ଧି ଓ ଲାଭ ପାଇଁ ଏମ୍‌ଏସ୍‌ଏମ୍‌ଇ ଅଗ୍ରିମକୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଭାବେ ଚିହ୍ନଟ କରାଯାଇଛି। ଏଥିରେ ୪୫ମିନିଟ୍‌ ଭିତରେ ଏମ୍‌ଏସ୍‌ଏମ୍‌ଇଙ୍କୁ ଡିଜିଟାଲ ଋଣ ପ୍ରଦାନ କରାଯିବ।

ସେହିଭଳି ଋଣ ପ୍ରକ୍ରିୟାକୁ ସଙ୍ଗଠିତ କରିବା ଲାଗି ଏସ୍‌ଏମ୍‌ଇ ଡିଜିଟାଲ ଋଣ କ୍ଷେତ୍ରକୁ ଉନ୍ନତ ପ୍ରଯୁକ୍ତି ଓ ଏକ ଦୃଢ଼ ବ୍ୟବସ୍ଥା ବ୍ୟବହାର କରାଯାଇଛି। ଏପରିକି ଆଇଟିଆର୍‌, ଜିଏସ୍‌ଟି ରିଟର୍ନ ଏବଂ ବ୍ୟାଙ୍କ ଷ୍ଟେଟମେଣ୍ଟ ଭଳି ଅସଲି ଡାଟାକୁ ବ୍ୟବହାରକରି ବ୍ୟାଙ୍କ ଏକ ଡାଟା ଦ୍ୱାରା ପରିଚାଳିତ ଅନୁଶୀଳନ ଇଞ୍ଜିନ ବିକାଶ କରିଛି, ଯାହା ମାତ୍ର ୧୦ ସେକେଣ୍ଡ ଭିତରେ ଋଣ ମଞ୍ଜୁର ନିଷ୍ପତ୍ତି ପ୍ରଦାନ କରିବ। ଏଥିରେ କୌଣସି ମାନବିକ ହସ୍ତକ୍ଷେପ ଦରକାର ପଡ଼ିବନି।

ଏ ସମ୍ପର୍କରେ ଏସ୍‌ବିଆଇର ଅଧ୍ୟକ୍ଷ ଦୀନେଶ ଖାରା କହିଛନ୍ତି, ଏମ୍‌ଏସ୍‌ଏମ୍‌ଇ ଋଣ କ୍ଷେତ୍ରରେ ନବସୃଜନକୁ ତ୍ୱରାନ୍ବିତ କରିବା ପାଇଁ ଆମର ନିରନ୍ତର ପ୍ରୟାସ ଜାରି ରହିଛି। ଏପରିକି ଏହା ଉପରେ ଗୁରୁତ୍ୱ ଦେଇ ଏସ୍‌ଏମ୍‌ଇ ଡିଜିଟାଲ ବିଜ୍‌ନେସ୍‌ ଋଣ ସହିତ ଏକ ନୂତନ ଶିଳ୍ପ ମାନଦଣ୍ଡ ସ୍ଥାପନ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ରହିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଉ ହାତ ମାରିହେବନି, ପୁଣି ଏତେ ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧୮।୧୨: ଗୁରୁବାର, ଡିସେମ୍ବର ୧୮ ତାରିଖ, ଭାରତରେ ସୁନା ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ଗୁରୁବାର ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମ ୨.୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri