Posted inଜାତୀୟ

ଆଇସ୍‌କ୍ରିମ୍‌ରୁ ବାହାରିଲା ମଣିଷର କଟା ଆଙ୍ଗୁଳି

ମୁମ୍ବାଇ,୧୩ା୬: ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍‌କ୍ରିମ୍‌ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଅନ୍‌ଲାଇନ୍‌ରେ ଆଇସ୍‌କ୍ରିମ୍‌ ଅର୍ଡର କରିଥିଲେ। ଏହାକୁ ଖାଇବା ବେଳେ ଏଥିରୁ ମଣିଷର ଆଙ୍ଗୁଳି ବାହାରିଥିଲା।

ପ୍ରାଥମିକ ଅନୁସନ୍ଧାନରେ ପୋଲିସ କହିଛି ଯେ, ଆଇସ୍‌କ୍ରିମ୍‌ କୋନ୍‌ରେ ମଣିଷର ଅଙ୍ଗ ରହିଛି। ଅଧିକ ଯାଞ୍ଚ ପାଇଁ ଆଇସ୍‌କ୍ରିମ୍‌ରୁ ମିଳିଥିବା ମାନବ ଶରୀରର ଅଂଶକୁ ଏଫ୍‌ଏସ୍‌ଏଲ୍‌କୁ ପୋଲିସ ପଠାଇଛି।

ମହିଳା ଜଣକ କହିଛନ୍ତି, ସେ ଆଇସ୍‌କ୍ରିମ୍‌ରୁ ଅଧାରୁ ଅଧିକ ଖାଇଛନ୍ତି, କିଛି ଅଲଗା ଅନୁଭବ ହେବାରୁ ସେ ଆଇସକ୍ରିମରେ ମନୁଷ୍ୟର କଟା ଆଙ୍ଗୁଳି ଦେଖିଥିଲେ। ପୋଲିସ କହିଛି, ଅନଲାଇନରେ ଅର୍ଡର ହୋଇଥିବା ଆଇସ୍‌କ୍ରିମ୍‌ କୋଣ ଭିତରୁ ଓରଲେମ ବାସିନ୍ଦା ବ୍ରାଣ୍ଡେନ ସେରାଓ (୨୭) ବୁଧବାର ମଣିଷ ଆଙ୍ଗୁଳିର ଏକ ଖଣ୍ଡ ପାଇଥିଲେ। ଏହା ପରେ ବ୍ରାଣ୍ଡେନ ମଲାଡ ଥାନାରେ ପହଞ୍ଚିଥିଲେ। ମଲାଡ ପୋଲିସ ୟୁମୋ ଆଇସ୍‌କ୍ରିମ୍‌ କମ୍ପାନୀ ବିରୋଧରେ ଏକ ମାମଲା ରୁଜୁ କରି ଆଇସ୍‌କ୍ରିମ୍‌କୁ ତଦନ୍ତ ପାଇଁ ପଠାଇଛି। ଆଇସ୍‌କ୍ରିମ୍‌ରେ ମିଳିଥିବା ମାନବ ଶରୀରର ଅଂଶକୁ ଫରେନ୍‌ସିକ୍‌ ଲ୍ୟାବ୍‌କୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri