ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ସାକ୍ଷୀଗୋପାଳ, ୧୩।୬(କିଶୋର ମହାପାତ୍ର): ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଉପସ୍ଥିତିରେ ଏହି ନିର୍ଦେଶ କାର୍ଯ୍ୟକାରୀ କରାଇଥିଲେ। ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋ ପରିଦର୍ଶନ କରିଛନ୍ତି।

ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ।

ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri