Posted inRasifala

ରାଶିଫଳ: ରବିବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ
ଆଜି କର୍ମାଧିପତି ଚନ୍ଦ୍ରଙ୍କ ସହ ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା, ଋଣ ପରିଶୋଧ ଏବଂ ପାରିବାରିକ କ୍ଷେତ୍ରରେ ମତପାର୍ଥକ୍ୟ କାରଣରୁ ଅଶାନ୍ତ ରହିପାରନ୍ତି। ବ୍ୟବସାୟିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ। ବନ୍ଧୁଙ୍କ ସାହାଯ୍ୟରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବାର ଆଶା ରହିଛି।
ବୃଷ
ବୃଷ
ଦ୍ୱିତୀୟସ୍ଥ ବୁଧ ପ୍ରଭାବରୁ ଆପଣଙ୍କ ରୋକ୍‌ଠୋକ୍‌ କଥା ଓ କାମର ଚାପକୁ ଅନ୍ୟମାନେ ନାପସନ୍ଦ କରିପାରନ୍ତି। ଏକାଧିକ କାମ ହାତକୁ ନେଲେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବନାହିଁ। ଆଲୋଚନା କାଳରେ ବିନା କାରଣରେ ଅନ୍ୟମାନଙ୍କ ରୋଷର କାରଣ ହୋଇପାରନ୍ତି।
ମିଥୁନ
ମିଥୁନ
ଶାରୀରିକ ସୁସ୍ଥତା ଫେରି ଆସିବା ସାଙ୍ଗକୁ ସ୍ଥଗିତ କାମକୁ ଅଗ୍ରାଧିକାର ଦେଇ ସମ୍ପନ୍ନ କରିବେ। ଅଭାବ ନ ଥିଲେ ମଧ୍ୟ ଅପୂରଣୀୟ ଆଶା ମାନସିକ ଅସ୍ଥିରତାର କାରଣ ହେବ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ।
କର୍କଟ
କର୍କଟ
ମାନସିକ ସ୍ଥିତି ଭଲ ନ ଥିଲେ ମଧ୍ୟ ନିଜକୁ ସମ୍ଭାଳି ନେବେ। କର୍ମାଧିପ ସ୍ବଗୃହୀ ହେତୁ ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟା ସୁଧାରି ନେବେ। ରାଜନୀତି ତଥା ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ହାତରୁ ଖାଇ ପର ପାଇଁ ଖଟିବେ। ସାମାନ୍ୟ ବାହାବା ବ୍ୟତୀତ ଆଉ କିଛି ପାଇବେ ନାହିଁ।
ସି˚ହ
ସି˚ହ
ଏକାଦଶ ସ୍ଥାନରେ ଏକାଧିକ ଗ୍ରହ ଅଟକିଥିବା କାର୍ଯ୍ୟ ସମୂହକୁ ସମ୍ପୂର୍ଣ୍ଣ କରାଇବେ। ବୁଧଙ୍କ ଶୁଭସଂସ୍ଥିତିରୁ ଆଜି ଆପପ୍ରାପ୍ୟ ପାଇବାରେ ଅସୁବିଧା ହେବନାହିଁ। କିନ୍ତୁ କର୍ମକ୍ଷେତ୍ର୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଗତକାଲିର ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ।
କନ୍ୟା
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ କେତୁଯୁକ୍ତ ଚନ୍ଦ୍ର କାରଣରୁ ମାନସିକ ସ୍ଥିତି ଭଲ ରହିନପାରେ। କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ସାମାଜିକ ସ୍ତରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ତୁଳା
ତୁଳା
ରାଶ୍ୟାଧିପ ଶୁକ୍ର ଭାଗ୍ୟସ୍ଥାନରେ ରହି ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ପୂରଣ କରିବେ। ସ୍ବାସ୍ଥ୍ୟ ଭଲ ରହିବ ଏବଂ ବାକିଥିବା ଟଙ୍କା ବନ୍ଧୁ ପାଖକୁ ଆସି ଦେଇପାରନ୍ତି। ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପାରିବାରିକ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ରାହୁ କୋଣ ସ୍ଥାନରେ ଅବସ୍ଥାନ କରିଥିବାରୁ ଆପଣଙ୍କ ଚିନ୍ତା ଓ ବିଚାର କାର୍ଯ୍ୟକାରୀ ହୋଇପାରିବ ନାହିଁ। ଅନୁରାଧା ନକ୍ଷତ୍ର ପାଇଁ ପ୍ରତ୍ୟେକ କ୍ଷେତ୍ର୍ରରେ ସୁବିଧା ସୁଯୋଗ ଆପଣାଛାଏଁ ଆସିବାର ସୂଚନା ରହିଛି। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
ଧନୁ
ଧନୁ
ଚନ୍ଦ୍ରଙ୍କ ଭାଗ୍ୟସ୍ଥ ବୃହସ୍ପତି ଆର୍ଥିକ ଅଭିବୃଦ୍ଧି, ପ୍ରଶଂସା ଓ ନୂତନ କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ। କେତେକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱରେ ପଡ଼ି କୌଣସି କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡ଼ିପାରେ। କିନ୍ତୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ।
ମକର
ମକର
ଶନିଙ୍କ ପ୍ରଭାବରେ ମନ ଚାହୁଁ ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି କୌଣସି ମିଥ୍ୟାଳାପ କରିବାକୁ ବାଧ୍ୟ ହେବେ। ଅନ୍ୟମନସ୍କ କାରଣରୁ ଧନହାନିର ସୂଚନା ରହିଛି। କଳା, କ୍ରୀଡ଼ା, ସାହିତ୍ୟ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇବେ। କିନ୍ତୁ ତଦନୁଯାୟୀ ପଦକ୍ଷେପ ନେବା ସହଜ ହୋଇନପାରେ।
କୁମ୍ଭ
କୁମ୍ଭ
ଅଷ୍ଟମସ୍ଥ ଚନ୍ଦ୍ର ବିପରୀତ ରାଜଯୋଗ ସୃଷ୍ଟି କରୁଥିବାରୁ ଶେଷ ସମୟରେ ଆପଣଙ୍କ ପାଇଁ ନିଷ୍ପତ୍ତି ବଦଳିଯିବ। କର୍ମକ୍ଷେତ୍ରରେ ବିଭିନ୍ନ ଅସୁବିଧା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ପଡ଼ିବ। ପରିବାରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିରତା ଅନୁଭବ କରିପାରନ୍ତି। ବନ୍ଧୁ ଗହଣରେ ମିଥ୍ୟା ଭାଷଣରୁ ସମାଲୋଚିତ ହୋଇପାରନ୍ତି।
ମୀନମୀନ

ଅନୁକୂଳ ଗ୍ରହସ୍ଥିତିରୁ ଅସଜଡ଼ା ପରିସ୍ଥିତିକୁ ସଜାଡ଼ି ନେବାରେ ସମର୍ଥ ହେବେ ଏବଂ ବନ୍ଧୁଙ୍କ ସାହାଯ୍ୟ ମଧ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କିମ୍ବା ପ୍ରଶାସନିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଦାୟୀ କରି ଅନୁତପ୍ତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଶନିବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

ରାଶିଫଳ: ଗୁରୁବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବୈଷୟିକ ସୁଖ, ସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ...

ରାଶିଫଳ: ବୁଧବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ମାନସିକ ସୁସ୍ଥତାକୁ ପରିପୁଷ୍ଟ କରିବ। ଥଣ୍ଡାଜନିତ ପୀଡ଼ାନୁଭବ ସାଙ୍ଗକୁ ଧୈର୍ଯ୍ୟହରା, ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର...

ରାଶିଫଳ: ସୋମବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ପାରିବାରିକ ସମସ୍ୟାର ଅନ୍ତ ଘଟାଇବ। ବିବାଦର ସମାଧାନ ସଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ...

ରାଶିଫଳ: ରବିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଲୋଚନା ପରିସରରେ ବନ୍ଧୁଙ୍କ ବିରୋଧାଭାଷ ରହିଲେ ମଧ୍ୟ ଗଠନମୂଳକ ପରାମର୍ଶ ଅବଶ୍ୟ ପାଇବେ। ଗତକାଲିର ବାକି କାମଗୁଡ଼ିକୁ ଆଜି ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ।...

ରାଶିଫଳ: ଶନିବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି, ସ୍ବାସ୍ଥ୍ୟ, ପରିବାର ,ବନ୍ଧୁସମ୍ପର୍କ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବ ପକାଇବ। ପାରିବାରିକ ଅସ୍ଥିରତା, ଦୈହିକ ଓ ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି। ବୃହସ୍ପତିଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri