ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ଗରିବ ପରିବାରର ବାବୁଲି ଅର୍ଥାଭାବରୁ ଚିକିତ୍ସିତ ହୋଇପାରୁ ନ ଥିଲେ। ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହେବା ପରେ ଜିଲା ପ୍ରଶାସନକୁ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚି ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି । ଏହା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସ୍‌ସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି। ଜିଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri