Posted inଜାତୀୟ

ମୋଦି ସରକାରରେ ମନ୍ତ୍ରୀ ହେବାକୁ ସଫାସଫା ମନା କରିଦେଇଥିଲେ ଏହି ଭାଜପା ଏମ୍‌ପି: ଏବେ ଖୋଲିଲେ ଗୁମର

ନୂଆଦିଲ୍ଲୀ,୧୭।୬: ସମ୍ପ୍ରତି ଲୋକ ସଭା ନିର୍ବାଚନର ଫଳାଫଳ ପରେ ଦେଶରେ ଏନଡିଏ ସରକାର ଗଠନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ୭୧ ଏମ୍‌ପି ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରୀଙ୍କ ଶପଥ ଗ୍ରହଣର ଏକ ସପ୍ତାହ ପରେ ଲୋକ ସଭା ଏମ୍‌ପି ଫଗନ ସିଂ କୁଲାଷ୍ଟେଙ୍କ ଏକ ବିବୃତ୍ତି ଭାଇରାଲ ହେବାରେ ଲାଗିଛି। ଭିଡିଓରେ କୁଲାଷ୍ଟେ କହିଛନ୍ତି,ସେ ରାଜ୍ୟ ମନ୍ତ୍ରୀ ପଦ ଗ୍ରହଣ କରିବାକୁ ମନା କରି ଦେଇଛନ୍ତି। ଏହା ପଛର କାରଣ ମଧ୍ୟ ସେ ଦେଇଛନ୍ତି।
କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ କ୍ଷମତାକୁ ଆସିଥିବା ନରେନ୍ଦ୍ର ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରେ ସ୍ଥାନ ପାଇ ନ ଥିବା କୁଲାଷ୍ଟେ କହିଛନ୍ତି, ସେ ଚତୁର୍ଥ ଥର ପାଇଁ କନିଷ୍ଠ ମନ୍ତ୍ରୀ ହେବାକୁ ସମ୍ପୂର୍ଣ୍ଣ ମନା କରି ଦେଇଛନ୍ତି। ମଧ୍ୟପ୍ରଦେଶର ମଣ୍ଡଳା ଆସନରୁ ୭ଥର ଏମ୍‌ପି ତଥା ଭାଜପାର ଜଣେ ଆଦିବାସୀ ନେତା କହିଛନ୍ତି, ମୁଁ ତିନିଥର ରାଜ୍ୟ ମନ୍ତ୍ରୀ ଥିଲି। ଚତୁର୍ଥ ଥର ପାଇଁ ରାଜ୍ୟ ମନ୍ତ୍ରୀ ହେବା ଭଲ ନୁହେଁ, ତେଣୁ ମୁଁ ସ୍ପଷ୍ଟ ଭାବେ ମନା କରିଥିଲି। ମୁଁ କହିଲି ମୁଁ କ୍ୟାବିନେଟ ମନ୍ତ୍ରୀ ହେଲେ ଭଲ ହେବ।
ଲାଗୁଛି ଯେପରି କୁଲାଷ୍ଟେଙ୍କ ଏହି ବିବୃତ୍ତି ପରେ ରାଜନୀତି ଉଷ୍ମ ହୋଇଛି। କୁହାଯାଉଛି ଯେ କୁଲାଷ୍ଟେ କ୍ୟାବିନେଟରେ ଅନ୍ତର୍ଭୁକ୍ତ ନ ହେବା ନେଇ ଅସନ୍ତୁଷ୍ଟ ଅଛନ୍ତି, ଯାହା ସେ ଖୋଲାଖୋଲି ଭାବେ ପ୍ରକାଶ କରୁନାହାଁନ୍ତି।
କୁଲାଷ୍ଟେ ପୂର୍ବ ସରକାରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଥିଲେ। ପ୍ରଧାନମନ୍ତ୍ରୀ ଭାବରେ ମୋଦିଙ୍କ ପ୍ରଥମ କାର୍ଯ୍ୟକାଳ ମଧ୍ୟରେ ସେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଥିଲେ। ୧୯୯୯ ରୁ ୨୦୦୪ ମଧ୍ୟରେ ଅଟଳ ବିହାରୀ ବାଜପେୟୀ ସରକାରରେ କୁଲାଷ୍ଟେ ଆଦିବାସୀ ବ୍ୟାପାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri