ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ ୪ଟାରୁ ୭ଟା ଯାଏ କାର୍ଯ୍ୟକ୍ରମ ଆୟୋଜନ କରାଯିବ।
ଓଡ଼ିଶାର ବିଭିନ୍ନ ଜିଲାରେ ଏହି ଉତ୍ସବ ପାଳନ କରାଯିବ। ଏହାସହ ଦେଶର କୋଟି କୋଟି କୃଷକଙ୍କ ଖାତାରେ ପ୍ରଧାନମନ୍ତ୍ରୀ କୃଷକ ଯୋଜନାର ୧୭ତମ କିସ୍ତି ପ୍ରଦାନ କରାଯିବ। ଏହା ଜରିଆରେ ୯.୩ କୋଟି କୃଷକଙ୍କୁ ପ୍ରାୟ ୨୦,୦୦୦କୋଟି ଟଙ୍କା ପ୍ରଦାନ କରାଯିବ।
ଏହି ଅବସରରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ନୋଟିସ୍‌ ଜାରି କରାଯାଇଛି। କେଉଁ ମନ୍ତ୍ରୀ କେଉଁ ଜିଲାରେ ଉପସ୍ଥିତ ରହି ଏହି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିବେ ତାହାର ଏକ ଲିଷ୍ଟ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରଗଡ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ବରଗଡ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୁରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କଟକ, ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାୟକଙ୍କୁ କେଭିକେ ନୟାଗଡ, ସ୍କୁଲ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତକରଣ ମନ୍ତନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ କେନ୍ଦ୍ରାପଡ଼ା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଢେଙ୍କାନାଳ, ଆଇନ, ଆଇନ ଓ ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଖୋର୍ଦ୍ଧା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ଡ. ମୁକେଶ ମହାଲିଙ୍ଗଙ୍କୁ କେଭିକେ, ସିଫା କୌଶ୍ୟଲ୍ୟାଗଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଞ୍ଜାମ, ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଅନୁଗୋଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ କେଭିକେ ବଡଚଣା, ଉଚ୍ଚଶିକ୍ଷା, କ୍ରୀ ଓ ଯୁବ ବ୍ୟାପାର, ଓ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭଦ୍ରକ, ସମବାୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ପ୍ରଦୀପ ବଳସାମନ୍ତଙ୍କୁ ଯାଜପୁର, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ କେଭିକେ ଭଞ୍ଜନଗର, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପଦ ସ୍ବାଇଁଙ୍କୁ ଜଗତସିଂପୁର ଦାୟିତ୍ୱ ଦିଆଯାଇଛି।
ସେହିପରି ବାଲେଶ୍ୱର, ଗଜପତି, କଳାହାଣ୍ଡି,କନ୍ଧମାଳ, କେଉଁଝର, ମୟୁରଭଞ୍ଜ ଏବଂ ନବରଙ୍ଗପୁରରେ ସେଠାକାର ଏମ୍‌ପି ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ କୃଷକ ଯୋଜନା ଏକ ଡିବିଟି ଯୋଜନା । ଏହି ଯୋଜନା ଜରିଆରେ କୃଷକଙ୍କୁ ବାର୍ଷିକ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ। ଏହି ୬,୦୦୦ଟଙ୍କା କୃଷକ ନିଜର ଚାଷ ସମ୍ବନ୍ଧିତ ବିଭିନ୍ନ କାର୍ଯ୍ୟ ଯେପରିକି ସାର, ବିହନ, କୀଟନାଶକ ଆଦି କିଣିବାରେ ଉପଯୋଗ କରିଥାଏ। ଲଗାତର ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମେ ପିଏମ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ସମ୍ବନ୍ଧୀତ ଫାଇଲରେ ଦସ୍ତଖତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri