Posted inଜାତୀୟ

୬ ଜଣଙ୍କ ଉପରେ ଚଢ଼ିଗଲା ଡମ୍ଫର, ୫ ଜଣଙ୍କ ମୃତ୍ୟୁ

ଉଦୟପୁର, ୧୭।୬: ରାଜସ୍ଥାନର ମାଲୱା ଅନ୍ତର୍ଗତ ଚୋରାଗ୍ରାମ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ପିଣ୍ଡୱାଡ଼ା ରୋଡ଼ର ଡିଭାଇଡର ଉପରେ ଚାଲି ଚାଲି ଯାଉଥିବା ୬ ଜଣ ଲୋକଙ୍କ ଉପରେ ଏକ ଡମ୍ଫର ଚଢ଼ି ଯାଇଛି । ଫଳରେ ଦୁର୍ଘଟଣା ସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକଙ୍କୁ ଉଦୟପୁରର ମହାରାଣା ଭୁପାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଉଦୟପୁର ଏସ୍‌ପି ଯୋଗେସ ଗୋୟଲଙ୍କୁ ସୂଚନା ମିଳିବା ପରେ ସେ ଘଟଣାସ୍ଥଳରେ ପହଞ୍ଚିଥିଲେ । ସ୍ଥାନୀୟ ପୋଲିସ ଅନୁସାରେ ଦିନ ୧୧ଟା ସମୟରେ ଦ୍ରୁତଗତିରେ ଯାଉଥିବା ଏକ ଡମ୍ଫର ନିୟନ୍ତ୍ରଣ ହରାଇ ଡିଭାଇଡର ଉପରେ ଚଢ଼ି ଯାଇଥିଲା । ମୃତକ ଏବଂ ଆହତ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

ସୂଚନା ଥାଉକି, ରବିବାର ଏହି ରାସ୍ତାରେ ମଧ୍ୟ ଏକ ଦୁର୍ଘଟଣା ହୋଇଥିଲା । ଏକ କାର ଓଲଟିବା ହେତୁ ଏଥିରେ ଥିବା ଗୁଜୁରାଟର ୫ ଜଣ ମହିଳା ଗୁରୁତର ଆହତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri