କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର ଟଙ୍କାର ସହାୟତା ମିଳିବ କି ନାହିଁ ସେ ନେଇ ଆଶଙ୍କାରେ ରହିଛନ୍ତି। ଏସବୁ ଭିତରେ ‘କାଳିଆ’ ଯୋଜନାକୁ ନେଇ ମୁଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। ସେ କହିଛନ୍ତି,କାଳିଆ ଯୋଜନା ବନ୍ଦ ହୋଇଯିବ ବୋଲି କିଛି କୁହାଯାଇନାହିଁ। ଏଥିସହ ସେ କହିଛନ୍ତି, ଗୋଟିଏ ରାଜ୍ୟରେ ୨ଟି ଯୋଜନା ସମାନ୍ତରାଳ ଭାବେ ଚାଲିପାରିବନି। ତେଣୁ ଖୁବ୍‌ଶୀଘ୍ର ରାଜ୍ୟବାସୀ ପିଏମ୍‌-କିଷାନ ଯୋଜନାର ଲାଭ କିପରି ଅଧିକରୁ ଅଧିକ ଉଠାଇବେ, ସେ ନେଇ ଯୋଜନା କରାଯାଉଛି। ନିର୍ବାଚନକୁ ଦୃଷ୍ଟିରେ ରଖି ପୂର୍ବ ସରକାର ଏହି କାଳିଆ ଯୋଜନା ଆରମ୍ଭ କରିଥିଲେ। କିନ୍ତୁ କମ୍‌ ଲୋକ ଏହାର ଫାଇଦା ପାଇଛନ୍ତି। ଏବେ ବି ଅନେକ ଲୋକ ଅଛନ୍ତି, ଯେଉଁମାନେ ଏହାର ଲାଭ ପାଇ ପାରିନାହାନ୍ତି ବୋଲି ସିଂଦେଓ କହିଛନ୍ତି। ଅନ୍ୟପକ୍ଷରେ କୃଷି ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ କାଳିଆ ଯୋଜନା ନେଇ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ସରକାରଙ୍କ ନିର୍ଦ୍ଦେଶ ଆସିବା ପରେ ଯାହା କିଛି ହେବ।
ସୂଚନାଯୋଗ୍ୟ,କ୍ଷୁଦ୍ର ଓ ନାମମାତ୍ର ଚାଷୀମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ବିଜେଡି ସରକାର ୨୦୧୮-୧୯ ଆର୍ଥିକ ବର୍ଷରେ କାଳିଆ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନା ଅଧୀନରେ ପ୍ରତ୍ୟେକ ହିତାଧିକାରୀ ପରିବାରକୁ ବର୍ଷକୁ ୪୦୦୦ ଟଙ୍କା ଦିଆଯାଉଥିଲା। ଗତ ସାଧାରଣ ନିର୍ବାଚନ ପୂର୍ବରୁ ଅର୍ଥାତ୍‌ ୨୦୨୪ ମାର୍ଚ୍ଚ ୧୧ରେ କାଳିଆ ଯୋଜନାରେ ୪୫.୭୬ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୯୩୩ କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ପରବର୍ତ୍ତୀ କିସ୍ତି ଜୁନ୍‌ ପ୍ରଥମ ସପ୍ତାହରେ
ଚାଷୀଙ୍କୁ ମିଳିଥାଆନ୍ତା। ମାତ୍ର ରାଜ୍ୟରେ ସରକାର ବଦଳି ଯିବାରୁ ଏ ପର୍ଯ୍ୟନ୍ତ ଚାଷୀମାନେ ପରବର୍ତ୍ତୀ କିସ୍ତି ସହାୟତା ପାଇ ପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri