ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୧୯।୬(ଅଭୟ ଦାଶ): ସାଧାରଣ ନିର୍ବାଚନ ଫଳାଫଳ ପରେ ଘରୋଇ ଶେୟାର ବଜାର କାରବାରରେ କ୍ରମାଗତ ଭାବେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚସ୍ତର (୭୭,୩୪୭ ଅଙ୍କ) ରେ ପହଞ୍ଚତ୍ଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟର କାରବାର ମଧ୍ୟ ନୂତନ ରେକର୍ଡ (୨୩,୫୭୩) ହାସଲ କରିଛି।
ସେହିଭଳି ଚଳିତ ସପ୍ତାହ କାରବାରର ପ୍ରଥମ ଦିନରେ ଶେୟାର ବଜାରର ନିବେଶକମାନେ ପ୍ରାୟ ୨.୩୩ ଲକ୍ଷ କୋଟି ଟଙ୍କାର ନିବେଶ ପୁଞ୍ଜିବଜାର ଖାତାରେ ଯୋଡ଼ିଥିଲାବେଳେ ନିବେଶକଙ୍କ ମନରେ ଉତ୍ସାହ ବୃଦ୍ଧି ପାଇଛି। ଏପରିକି ପୂର୍ବ ଦିନର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ପ୍ରାୟ ୪୩୫ (୪୩୪.୮୮ଲକ୍ଷ କୋଟି) ଲକ୍ଷ କୋଟି ଥିଲାବେଳେ ମଙ୍ଗଳବାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୨.୩୩ ଲକ୍ଷ କୋଟି ବୃଦ୍ଧି ପାଇ ୪୩୭.୨୧ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲାବେଳେ ପ୍ରାରମ୍ଭରେ ସେନ୍‌ସେକ୍ସ ଅଲ ଟାଇମ ହାଇ ୭୭, ୩୪୭ ଅଙ୍କରେ ପହଞ୍ଚତ୍ଥିଲାବେଳେ ୭୭,୩୦୧.୧୪ ଅଙ୍କରେ କାରବାର ଶେଷ କରିଥିଲା। ଏପରିକି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସଇ)ର ନିଫ୍ଟି ୫୦ରେ ମଧ୍ୟ କାରବାର ପ୍ରାରମ୍ଭରେ ପ୍ରାୟ ୨୩,୫୭୩ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ୨୩, ୫୬୨.୩୦ ଅଙ୍କରେ କାରବାର ବନ୍ଦ କରିଥିଲା।
ସେହିପରି ବିଏସ୍‌ଇ ସେନ୍‌ସେକ୍ସ ୨.୬୨% ବୃଦ୍ଧି ଘଟିଥିବାବେଳେ ଏସ୍‌ଏନ୍‌ଇ ନିଫ୍ଟି ୫୦ରେ ୨.୫୭% ବୃଦ୍ଧି ହୋଇଛି। ଏପରିକି ବିଏସ୍‌ଇ ସ୍ମଲକ୍ୟାପ ୧.୨୮% ଏବଂ ବିଏସ୍‌ଇ ମିଡକ୍ୟାପ ୧.୧୮% ବୃଦ୍ଧିପାଇଥିବାବେଳେ ନିଫ୍ଟି ମିଡକ୍ୟାପ ୦.୪୮% ଓ ନିଫ୍ଟି ସ୍ମଲକ୍ୟାପ ୧.୩୦% ଏବଂ ନିଫ୍ଟି ବ୍ୟାଙ୍କିଙ୍ଗ୍‌ (ବ୍ୟାଙ୍କ) ୦.୯୫% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଓ୍ବିପ୍ରୋ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା, ଟାଇଟନ, ପାଓ୍ବାର ଗ୍ରୀଡ, ଏସ୍‌ବିଆଇ, ଟେକ୍‌ ମହିନ୍ଦ୍ରା ଓ ଘରୋଇ ବ୍ୟାଙ୍କଗୁଡିକର ନିବେଶ ବୃଦ୍ଧି ଘଟିଛି। ଏପରିକି ସେକ୍ଟେରାଲ କ୍ଷେତ୍ରରେ ଅଟୋ, ଆଇଟି, ଟେଲିକମ, ମେଟାଲ, ଏଫ୍‌ଏମ୍‌ସିଜି, ଫାର୍ମା, ହେଲ୍‌ଥ କେୟାର ଏବଂ ଘରୋଇ ବ୍ୟାଙ୍କ ସମେତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ନିବେଶ ସଂସ୍ଥାର ନିବେଶ ପୂର୍ବଦିନ ଅପେକ୍ଷା ଯଥେଷ୍ଟ ପରିମାଣରେ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri