ସମ୍ବଲପୁରରେ ଜଣ୍ଡିସ୍‌ ଆତଙ୍କ: ୫୯ ଚିହ୍ନଟ

ସମ୍ବଲପୁର,୨୦ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରରେ ପୁଣିଥରେ ଦେଖାଦେଇଛି ଜଣ୍ଡିସ୍‌(କାମଳ ରୋଗ) ଆତଙ୍କ। ସହରର କୁମ୍ଭାରପଡ଼ା, ଶାଲିଆବଗିଚା ଓ ପେନସନପଡ଼ା ଅଞ୍ଚଳରେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସରକାରୀ ଭାବେ ଗତ ଏକ ମାସ ମଧ୍ୟରେ ୫୯ ଜଣ୍ଡିସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ କୁମ୍ଭାରପଡ଼ାରେ ସର୍ବାଧିକ ୪୧ଜଣ, ଶାଲିଆବଗିଚାରୁ ୮ ଓ ପେନସନପଡ଼ାରେ ୧୦ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ବୟସ ୧୪ରୁ ୨୦ ବର୍ଷ ମଧ୍ୟରେ ବୋଲି ଜଣାପଡ଼ିଛି।

୨୦୧୩ରେ ସମ୍ବଲପୁରକୁ ଫେରିଛି ଜଣ୍ଡିସ। ୨୦୧୩ ମସିହାରେ ଜଣ୍ଡିସ ରୋଗରେ ୨୪ ଜଣଙ୍କ ପ୍ରାଣହାନୀ ଘଟି କୁହାଯାଉଥିବା ବେଳେ ସରକାରୀ ଭାବେ ଏହାର ସଂଖ୍ୟା ୧୭ କୁହାଯାଇଥିଲା। ଏହି ସମୟରେ ସହରର ୧ ହଜାରରୁ ଅଧିକ ଆକ୍ରାନ୍ତ ହେଇଥିଲେ। ତେବେ ବର୍ତ୍ତମାନ ସମ୍ବଲପୁରରେ ଚିହ୍ନଟ ହୋଇଥିବା ଜଣ୍ଡିସ ଆକ୍ରାନ୍ତମାନେ ଶୀତଳ ଷଷ୍ଠୀ ସମୟରେ ସଙ୍କ୍ରମିତ ହୋଇଥିବା ଅନୁମାନ କରାଯାଉଛି।

ଦୂଷିତ ପାଣି ବ୍ୟବହାର, ପାନୀୟ ଜଳରେ ଦୂଷିତ ନର୍ଦ୍ଦମାଜଳ ମିଶିବା ଆଦି କାରଣରୁ ସହରରେ ଜଣ୍ଡିସ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଆବର୍ଜନା ଜଳ ନିଷ୍କାସନ ପାଇଁ ରହିଥିବା ନାଳ ନର୍ଦ୍ଦମାର ଉପଯୁକ୍ତ ସଫେଇ ଅଭାବ ଜଣ୍ଡିସ ବ୍ୟାପିବାର ଅନ୍ୟ ଏକ କାରଣ ବୋଲି କୁହାଯାଉଛି। ତେବେ ସହରରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ୍‌ ଅଧିକାଂଶ ସ୍ଥାନରେ ନାଳ ମଧ୍ୟ ଦେଇ ବିଛା ଯାଇଛି। କେତେକ ସ୍ଥାନରେ ନାଳମଧ୍ୟରେ ପାଇପ ଗୁଡ଼ିକ ଏଭଳି ବିଛା ଯାଇଛି ଯେ କୌଣସି ପ୍ରକାରେ ନାଳ ସଫେଇ କରିବା ସମ୍ଭବ ହୋଇ ପାରୁନାହିଁ। ଫଳରେ ପାନୀୟ ଜଳ ଯୋଗାଣ ପାଇଁ ବିଛା ଯାଇଥିବା ପାଇପ୍‌ ଗୁଡ଼ିକ ବିଭିନ୍ନ ସ୍ଥାନରେ ଫାଟି ନାଳରେ ପ୍ରବାହିତ ଦୂଷିତ ଜଳ ସଂସ୍ପର୍ଶରେ ଆସି ସଂକ୍ରମିତ ହେଉଛି। ଏହାକୁ ବ୍ୟବହାର କରି ଲୋକେ ମଧ୍ୟ ବିଭିନ୍ନ ରୋଗବ୍ୟାଧିରେ ଆକ୍ରାନ୍ତ ହେଉଛନ୍ତି। ଏଥିପ୍ରତି ଜନସ୍ବାସ୍ଥ୍ୟ ବିଭାଗ ବା ମହାଗର ନିଗମ ପକ୍ଷରୁ ଆଦୌ ଦୃଷ୍ଟି ଦିଆଯାଉ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri