ଜୁଲାଇ ୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…

କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ ହେବ। ପ୍ରତିଦିନ ସକାଳ ୯ଟାରୁ ପୂର୍ବାହ୍ନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। କେବଳ ଗଣିତ ପରୀକ୍ଷାରେ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ଅର୍ଥାତ୍‌ ସେହିଦିନ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ପରୀକ୍ଷା ଶେଷ ହେବ। ଏହି ପରୀକ୍ଷା ନିମନ୍ତେ ବୋର୍ଡ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।

ଜୁଲାଇ ୨୨ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ବଙ୍ଗଳା, ହିନ୍ଦୀ, ଉର୍ଦ୍ଦୁ, ତେଲୁଗୁ ପରୀକ୍ଷା ହେବ। ସେହିପରି ଜୁଲାଇ ୨୪ରେ ଦ୍ୱିତୀୟ ଭାଷା ଇଂଲିଶ, ହିନ୍ଦୀ, ପରିବେଶ ଓ ଜନସଂଖ୍ୟା ଶିକ୍ଷା(କେବଳ ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ), ୨୬ରେ ସାଧାରଣ ବିଜ୍ଞାନ, ୨୮ରେ ତୃତୀୟ ଭାଷା ଭିଜୁଆଲ୍‌ ଆର୍ଟ(ପ୍ରାକ୍ଟିକାଲ), ୨୯ରେ ଗଣିତ, ୩୦ରେ ସାମାଜିକ ବିଜ୍ଞାନ ଓ ୩୧ ତାରିଖରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ, ଭିଜୁଆଲ ଆର୍ଟ ଥିଓରି(ମୂକ-ବଧିର ପରୀକ୍ଷାର୍ଥୀଙ୍କ ପାଇଁ) ପରୀକ୍ଷା ହେବ। ଭିଜୁଆଲ ଆର୍ଟ ଏବଂ ଭୋକେସନାଲ ଟ୍ରେଡ୍‌ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୫୦ ମାର୍କର ସବ୍‌ଜେକ୍ଟିଭ ଓ ୫୦ ମାର୍କର ଅବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଅବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ଓଏମ୍‌ଆର୍‌ ସିଟ୍‌ରେ ଏବଂ ସବ୍‌ଜେକ୍ଟିଭ ପ୍ରଶ୍ନର ଉତ୍ତର ପ୍ରଶ୍ନପତ୍ର ସଂଲଗ୍ନ ଉତ୍ତର ଖାତାରେ ଦେବାକୁ ହେବ। ଭୋକେସନାଲ ଟ୍ରେଡ୍‌ ଥିଓରୀ ବିଷୟଗୁଡ଼ିକରେ ୫୦ ମାର୍କ ଓ ଭିଜୁଆଲ ଆର୍ଟରେ ୨୦ ମାର୍କର ସବ୍‌ଜେକ୍ଟିଭ ପ୍ରଶ୍ନ ଆସିବ। ଭୋକେସନାଲ ଟ୍ରେଡ୍‌ଗୁଡ଼ିକର ପ୍ରାକ୍ଟିକାଲ ପରୀକ୍ଷା(୫୦ ମାର୍କ) ନିଜ ବିଦ୍ୟାଳୟରେ ଜୁଲାଇ ୧ରୁ ୬ ତାରିଖ ମଧ୍ୟରେ ଓସେପା ତତ୍ତ୍ୱାବଧାନରେ ଅନୁଷ୍ଠିତ ହେବ। ଏହି ପ୍ରାକ୍ଟିକାଲ ପରୀକ୍ଷାର ମାର୍କ ହାଇସ୍କୁଲର ପ୍ରଧାନଶିକ୍ଷକମାନେ ବୋର୍ଡର ପରୀକ୍ଷା ନିୟନ୍ତ୍ରକଙ୍କ ନିକଟକୁ ଡାକ ଯୋଗେ ପଠାଇବେ। ଏଥିସହ ଭିଜୁଆଲ ଆର୍ଟ ପ୍ରାକ୍ଟିକାଲ ପରୀକ୍ଷା (୮୦ ମାର୍କ) ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ ବୋଲି ବୋର୍ଡ ପକ୍ଷରୁ ଶୁକ୍ରବାର ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri