Posted inଖେଳ

ଟି୨୦ ବିଶ୍ୱକପ୍‌ରେ ପ୍ୟାଟ୍‌ କୁମିନ୍ସଙ୍କ ପ୍ରଥମ ହ୍ୟାଟ୍ରିକ

ଆଣ୍ଟିଗୁଆ, ୨୨।୬: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ସୁପର-୮ ମ୍ୟାଚରେ ବାଂଲାଦେଶ ବିପକ୍ଷରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ଏହି ମ୍ୟାଚରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୦ ରନ କରିଥିଲା। ଅଷ୍ଟ୍ରେଲିଆ ୧୧.୨ ଓଭରରେ ୨ ଉଇକେଟ ହରାଇ ୧୦୦ ରନ କରିଥିବାବେଳେ ବର୍ଷା ହୋଇଥିଲା। ଖେଳ ଆଉ ସମ୍ଭବ ହୋଇ ନ ଥିବାରୁ ଡକ୍‌ଓ୍ବର୍ଥ ଲୁଇସ ସିଷ୍ଟମ (ଡିଏଲ୍‌ଏସ୍‌)ରେ ଅଷ୍ଟ୍ରେଲିଆକୁ ୨୮ ରନରେ ବିଜୟୀ ଘୋଷଣା କରାଯାଇଥିଲା। କାରଣ ସେତେବେଳକୁ ଡିଏଲ୍‌ଏସ୍‌ ପାର୍‌ ସ୍କୋର ଥିଲା ୭୨ ରନ। ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କୁମିନ୍ସ ହ୍ୟାଟ୍ରିକ ଅର୍ଜନ କରିବା ଏହି ମ୍ୟାଚର ମୁଖ୍ୟ ଆକର୍ଷଣ ଥିଲା। ସେ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ।

ଚଳିତ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ହ୍ୟାଟ୍ରିକ ଅର୍ଜନ କରିଛନ୍ତି ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କୁମିନ୍ସ। ଅନୁଷ୍ଠିତ ସୁପର-୮ ମ୍ୟାଚରେ ସେ ବାଂଲାଦେଶ ବିପକ୍ଷରେ ଏହି ସଫଳତା ପାଇଛନ୍ତି। ୩୧ ବର୍ଷୀୟ କୁମିନ୍ସ ୧୮ତମ ଓଭରର ଶେଷ ୨ ବଲ୍‌ରେ ବାଂଲାଦେଶର ଅଭିଜ୍ଞ ଖେଳାଳି ମହମୁଦୁଲ୍ଲା ଓ ମେହେଦି ହାସନଙ୍କ ଉଇକେଟ ନେଇଥିଲେ। ୨୦ତମ ଓଭରର ପ୍ରଥମ ବଲ୍‌ରେ ସେ ତୋହିଦ ହ୍ରିଦୟଙ୍କୁ ଆଉଟ କରି ହ୍ୟାଟ୍ରିକ ଉଇକେଟ ପୂରଣ କରିଥିଲେ।

ଟି୨୦ ବିଶ୍ୱକପ୍‌ରେ ଏହାଥିଲା ଓଭରଅଲ୍‌ ୭ମ ହ୍ୟାଟ୍ରିକ। କୁମିନ୍ସଙ୍କ କ୍ୟାରିୟରର ଏହା ପ୍ରଥମ ହ୍ୟାଟ୍ରିକ। ଦ୍ୱିତୀୟ ଅଷ୍ଟ୍ରେଲୀୟ ଭାବେ କୁମିନ୍ସ ଟି୨୦ ବିଶ୍ୱକପ୍‌ରେ ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ପୂର୍ବରୁ ୨୦୦୭ରେ ବ୍ରେଟ୍‌ ଲୀ କେପ୍‌ଟାଉନ୍‌ରେ ଏହି ବାଂଲାଦେଶ ବିପକ୍ଷରେ ହିଁ ହ୍ୟାଟ୍ରିକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri