Posted inଜାତୀୟ

ପେଟ୍ରୋଲ, ଡିଜେଲରେ ଜିଏସ୍‌ଟି ନିଷ୍ପତ୍ତି ରାଜ୍ୟ ନେବେ

ନୂଆଦିଲ୍ଲୀ,୨୩ା୬: ପେଟ୍ରୋଲ ଏବଂ ଡିଜେଲକୁ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ପରିସରକୁ ଆଣିବା ପାଇଁ କେନ୍ଦ୍ର ସରକାର ଚାହାନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର କହିଛନ୍ତି। ତେବେ ଏହି ତୈଳ ଉପରେ ଜିଏସ୍‌ଟି ହାର ସମ୍ପର୍କରେ ରାଜ୍ୟ ସରକାରଗୁଡ଼ିକ ନିଷ୍ପତ୍ତି ନେବେ। ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ପେଟ୍ରୋଲ ଏବଂ ଡିଜେଲକୁ ଜିଏସ୍‌ଟି ଆଇନ ପରିସରକୁ ନେବା ଲାଗି ବ୍ୟବସ୍ଥା କରିଥିଲେ। ତେଣୁ ରାଜ୍ୟଗୁଡ଼ିକ ଏକତ୍ର ଏହା ଉପରେ ଆଲୋଚନା କରି ନିଷ୍ପତ୍ତି ନେବେ ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୭ ଜୁନ୍‌ ୧ରେ ଜିଏସ୍‌ଟି କାର୍ଯ୍ୟକାରୀ ହେବା ବେଳେ ଅଶୋଧିତ ତୈଳ, ପ୍ରାକୃତିକ ବାଷ୍ପ, ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ଏଟିଏଫ୍‌) ଜିଏସ୍‌ଟି ଆଇନରେ ରହିଥିଲା। ତେବେ ରାଜ୍ୟଗୁଡ଼ିକ ସହମତ ନ ହେବାରୁ ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା। ଫଳରେ କେନ୍ଦ୍ର ସରକାର ପେଟ୍ରୋଲ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ନେଉଥିବା ବେଳେ ରାଜ୍ୟଗୁଡ଼ିକ ଭାଟ୍‌ ଆଦାୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri