ସାନ ଜନ୍ମର ସାଥୀ ହେଲେ ସୋନାକ୍ଷୀ-ଜାହିର

ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଦୀର୍ଘ ଦିନର ବୟଫ୍ରେଣ୍ଡ୍‌ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ଗତ ସାତ ବର୍ଷ ଧରି ଡେଟିଂ କରୁଥିବା ଏହି କପଲ୍‌ ମୁମ୍ବାଇରେ ସ୍ବତନ୍ତ୍ର ବିବାହ ଅଧିନିୟମ ଅନୁଯାୟୀ ହାତକୁ ଦି’ ହାତ ହୋଇଛନ୍ତି। ଉଭୟ ଏବେ ଆନୁଷ୍ଠାନିକ ଭାବେ ସ୍ବାମୀ ଏବଂ ସ୍ତ୍ରୀ। ସୋନାକ୍ଷ-ଜାହିର ଖୁବ୍‌ଶୀଘ୍ର ଶିଳ୍ପା ଶେଟ୍ଟୀଙ୍କ ରେଷ୍ଟୁରାଣ୍ଟରେ ରିସେପ୍ସନ ପାର୍ଟିରେ ନଜର ଆସିବେ। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ସେମାନଙ୍କ ବିବାହ ଉତ୍ସବରେ ଅଂଶଗ୍ରହଣ କରିବେ। ବିବାହ ପରେ ସୋନାକ୍ଷୀ-ଜାହିର ସ୍ବାମୀ ଏବଂ ସ୍ତ୍ରୀ ଭାବରେ ସେମାନଙ୍କର ପ୍ରଥମ ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି। ଉଭୟ ଧଳା ଆଉଟ୍‌ଫିଟ୍‌ରେ ନଜର ଆସିଛନ୍ତି।
ଫଟୋ ଶେୟାର କରି ଏକ ସୁନ୍ଦର ନୋଟ ମଧ୍ୟ ସୋନାକ୍ଷୀ ଲେଖିଛନ୍ତି, ସାତ ବର୍ଷ ପୂର୍ବେ (୨୩.୦୬.୨୦୧୭) ଏହି ଦିନ, ଆମେ ପରସ୍ପରର ଆଖିରେ ପ୍ରେମ ଦେଖିଥିଲୁ ଏବଂ ସେହି ସମୟରେ ଆମେ ପରସ୍ପରକୁ ହାତ ଧରି ରଖିବାକୁ ସ୍ଥିର କରିଥିଲୁ। ଆଜି ଆମର ପ୍ରେମ ଆମକୁ ଏହି ମୁହୂର୍ତ୍ତରେ ଆଣି ପହଞ୍ଚାଇଛି, ଯେଉଁଠାରେ ଆମ ୨ ପରିବାର ଏବଂ ଆମ ୨ ଈଶ୍ୱରଙ୍କ ଆଶୀର୍ବାଦ ସହିତ, ଆମେ ବର୍ତ୍ତମାନ ସ୍ବାମୀ ଏବଂ ସ୍ତ୍ରୀ ହୋଇଛୁ। ଆମର ପ୍ରେମ ଏବଂ ଭରସା ସର୍ବଦା ଏହିପରି ରହୁ।

 

View this post on Instagram

 

A post shared by Sonakshi Sinha (@aslisona)

 


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri