Posted inଜାତୀୟ

ରାଜଧାନୀକୁ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଆଲର୍ଟ

ନୂଆଦିଲ୍ଲୀ, ୨୪।୬: ଦେଶର ରାଜଧାନୀରେ ଏକ ସପ୍ତାହ ଧରି ବର୍ଷା ହେବା ନେଇ ଜଣାପଡ଼ିଛି । ଏନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଗତ କିଛିଦିନ ଧରି ଦିଲ୍ଲୀରେ ପ୍ରବଳ ଗରମ ଅନୁଭୂତ ହୋଉଥିଲା । ଯାହାକୁ ନେଇ ରାଜଧାନୀବାସୀ ଅତିଷ୍ଠ ହୋଇପଡ଼ିଥିଲେ ।

ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଦିଲ୍ଲୀ ଏନ୍‌ସିଆର ଅଞ୍ଚଳରେ ଚଳିତ ସପ୍ତାହରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି । ବର୍ଷା ସହିତ ଝଡ଼ ହେବା ନେଇ ମଧ୍ୟ ଆଶଙ୍କା ରହିଛି । ରବିବାର ଦିଲ୍ଲୀର କିଛି ସ୍ଥାନରେ ହାଲ୍‌କା ବର୍ଷା ହୋଇଛି । ଫଳରେ ରାତିରେ ଲୋକେ ଗରମରୁ ସାମୟିକ ମୁକ୍ତି ପାଇଥିଲେ । ପାଣିପାଗ ବିଭାଗ ଅନୁଯାୟୀ ଦିଲ୍ଲୀରେ ଦିନର ସର୍ବାଧିକ ତାପମାତ୍ରା ୩୯.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ୨୪ ଏବଂ ୨୫ ଜୁନରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନାଥିବା ଭାରତ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଚଳିତ ସପ୍ତାହ ଦିଲ୍ଲୀବାସୀଙ୍କ ପାଇଁ ଭଲ ରହିବ। ବର୍ଷା କାରଣରୁ ଏହି ସପ୍ତାହରେ ଲୋକମାନେ ପ୍ରବଳ ଗରମରୁ ବହୁତ ଆରାମ ପାଇବେ। ପାଣିପାଗ ବିଭାଗ ଅନୁଯାୟୀ ସୋମବାର ରାଜଧାନୀ ଦିଲ୍ଲୀରେ ପାଗ ଭଲ ରହିବ। ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି । ଜୁନ ୨୫, ମଙ୍ଗଳବାର ଦିନ ଆକାଶ ସାଧାରଣତ ମେଘୁଆ ରହିବ ଏବଂ ହାଲୁକା ବର୍ଷା ହୋଇପାରେ । ଜୁନ ୨୬ ରେ ଆକାଶ ଆଂଶିକ ମେଘୁଆ ରହିବ । ଏଥିସହିତ ଜୁନ ୨୭, ଗୁରୁବାର ଦିନ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଅଛି । ଶନିବାର, ଜୁନ ୨୮ ଏବଂ ରବିବାର, ଜୁନ ୨୯ ସାଧାରଣତ ଆକାଶ ମେଘୁଆ ରହିବ ଏବଂ ବର୍ଷା ସହ ବଜ୍ରପାତ ପବନ ବହିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri