୨୬ରୁ ବଢ଼ିବ ବର୍ଷା, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪ା୬(ଅସମାପିକା ସାହୁ): ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୩୧.୨ ମି.ମି. ବର୍ଷା ହୋଇଥିବା ବେଳେ ବାରିପଦାରେ ୧୫.୨, ରାୟଗଡ଼ା ୧୨.୬, ହୀରାକୁଦ ୧୨.୨, ଦାରିଙ୍ଗବାଡ଼ି ୧୨, ଫୁଲବାଣୀ ୬.୮, ସୋନପୁର ୬.୪ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୬ ତାରିଖରେ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ୨୭ ତାରିଖରେ କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ବର୍ଷା ହେବାକୁ ଥିବାବେଳେ ୨୬ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ସତର୍କ ସୂଚନା ଦିଆଯାଇଛି। ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଆଦି ଜିଲାକୁ ଝଡ଼ବର୍ଷା ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ରହିବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri