ଜୁଲାଇ ୨୭ରେ ଆଇସିସିର ମେଗା ନିଯୁକ୍ତି ମେଳା

ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମେଗା ନିଯୁକ୍ତି ମେଳା’ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମ ୨୦୨୪ ଜୁଲାଇ ୨୭ ଓ ୨୮ ରେ ଭୁବନେଶ୍ୱରର ଲୁମ୍ବିନି କନ୍‌ଭେନ୍ସନଠାରେ ଅନୁଷ୍ଠିତ ହେବ ବୋଲି ଆଇସିସି ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଭୁବନେଶ୍ୱରର ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଆଇସିସି ଓଡ଼ିଶା ରାଜ୍ୟ ପରିଷଦର ଅଧ୍ୟକ୍ଷ ଜେ.ବି ପାଣିଙ୍କ ସମେତ ସିକତା ଦାସ, ଆର.କେ ଦାସ, ଜେ.ଡି. ପାଲ, ରାଜୀବ ସାହୁ ଏବଂ ବି.ଏନ. ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ସମ୍ମିଳନୀର ଆଭିମୁଖ୍ୟ ଓ ମେଳା ସମ୍ପର୍କିତ ସମସ୍ତ ସୂଚନା ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ମେଡିକାଲ, ବ୍ୟାଙ୍କ, ହସ୍ପିଟାଲିଟି, ଆଇଟି, ଶିକ୍ଷା, ଖଣି, ଅଟୋମୋବାଇଲ୍‌ ଏବଂ ଏଚ୍‌ଆର୍‌ କନସଲଟାନ୍ସ ଭଳି ବିଭିନ୍ନ କ୍ଷେତ୍ରରେ ଚାକିରି ଖୋଜୁଥିବା ଆଶାୟୀ ଏବଂ ଶୀର୍ଷ ନିଯୁକ୍ତିଦାତାମାନେ ଅଂଶଗ୍ରହଣ କରିପାରିବେ।
ସେହିଭଳି ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ୪୦୦୦ରୁ ୫୦୦୦ ଅଂଶଗ୍ରହଣକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଚାକିରି ଖୋଜୁଥିବା ଏବଂ ନିଯୁକ୍ତିଦାତାଙ୍କ ମଧ୍ୟରେ ସିଧାସଳଖ କଥାବାର୍ତ୍ତା ଏବଂ ଯୋଗଦାନ ପାଇଁ ଆଇସିସି ନିଯୁକ୍ତି ମେଳା ୨୦୨୪ ଏକ ଗୁରୁତ୍ୱପୂର୍ଣ୍ଣ ପ୍ଲାର୍ଟଫର୍ମ ହେବ।
ସେହିପରି ବିଭିନ୍ନ କମ୍ପାନୀ ଏବଂ ଚାକିରି ଖୋଜୁଥିବା ଲୋକଙ୍କୁ ଏକତ୍ର କରିବା ସହିତ ପ୍ରାର୍ଥୀଙ୍କ ଦକ୍ଷତା ଏବଂ ଯୋଗ୍ୟତାର ବାସ୍ତବ ମୂଲ୍ୟାଙ୍କନକୁ ଏହା ସୁଗମ କରିବ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ମତପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri