Posted inଜାତୀୟ

‘ରାମମନ୍ଦିର ଗର୍ଭଗୃହରେ ଟୋପାଏ ବି ପଡ଼ିନି ପାଣି’

ଅଯୋଧ୍ୟା,୨୬ା୬: ଅଯୋଧ୍ୟା ରାମମନ୍ଦିରରେ ପାଣି ଲିକ୍‌ ଖବର ପରେ ବୁଧବାର ଟ୍ରଷ୍ଟ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ସ୍ପଷ୍ଟୀକରଣ ଦିଆଯାଇଛି। ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି ବୋଲି ଟ୍ରଷ୍ଟ କହିଛି। ରାମଲାଲାଙ୍କ ବିରାଜସ୍ଥଳରେ ପାଣି ପଡ଼ିନି କି ପାଣି ଭିତରକୁ ମଧ୍ୟ ଆସିନାହିଁ। ମନ୍ଦିର ପରିସରରେ ବର୍ଷାଜଳ ନିଷ୍କାସନ ପାଇଁ ଉତ୍ତମ ବ୍ୟବସ୍ଥା କରାଯାଇଛି।

Ram Mandir: 'राम मंदिर के गर्भगृह में टपक रहा बरसात का पानी', मुख्य पुजारी के दावे पर निर्माण समिति ने दिया स्पष्टीकरण

ସୂଚନାଯୋଗ୍ୟ, ନୂତନ ଭାବରେ ନିର୍ମିତ ରାମ ମନ୍ଦିରର ଗର୍ଭଗୃହରେ ବସିଥିବା ରାମଲାଲାଙ୍କ ଉପରେ ବର୍ଷା ପାଣି ପଡୁଥିବାର ଅଭିଯୋଗ ହୋଇଥିଲା। ଏଭଳି ପରିସ୍ଥିତିରେ ରାମ ଭକ୍ତଙ୍କ ପାଇଁ ଏହା ଅତ୍ୟନ୍ତ ଚିନ୍ତାଜନକ ଥିଲା। ଏହି ଅଭିଯୋଗ ଉପରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସଦସ୍ୟ ତଥା ମନ୍ଦିର ନିର୍ମାଣ କମିଟିର ସଭାପତି ନୃପେନ୍ଦ୍ର ମିଶ୍ର ପ୍ରଥମେ ଗର୍ଭଗୃହ ଛାତ ଲିକ୍‌ ସମସ୍ୟା ସମ୍ପର୍କରେ ନିଜର ମତ ପ୍ରକାଶ କରିଥିଲେ। ସେ ସ୍ପଷ୍ଟ କରିଥିଲେ ଯେ, ଜଳ ନିଷ୍କାସନ ବିଷୟରେ ଅଭିଯୋଗ ଭିତ୍ତିହୀନ। ଏବେ ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ଏହାର ସ୍ପଷ୍ଟୀକରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri