Posted inଖେଳ

ସିରିଜ୍‌ ଜିତିଲା ଇଂଲଣ୍ଡ

ନଟିଂହାମ,୧୮।୫- ଏଠାରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ୪ର୍ଥ ମ୍ୟାଚ୍‌ରେ ଇଂଲଣ୍ଡ ଦଳ ୩ ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ଘରୋଇ ଇଂଲଣ୍ଡ ଦଳ ୩-୦ ବ୍ୟବଧାନରେ ଜିତି ନେଇଛି। ତେବେ ସିରିଜର ପୂର୍ବ ଦୁଇ ମ୍ୟାଚ୍‌ ଭଳି ଏଥିରେ ମଧ୍ୟ ଉଭୟ ଇନିଂସରେ ବୃହତ୍‌ ଦଳଗତ ସ୍କୋର ଦେଖିବାକୁ ମିଳିଥିଲା। ପାକିସ୍ତାନ ଦଳ ପକ୍ଷରୁ ଧାର୍ଯ୍ୟ ୩୪୧ ରନ୍‌ର ବିଜୟ ଲକ୍ଷ୍ୟକୁ ଇଂଲଣ୍ଡ ଅନ୍ତିମ ଓଭରରେ ୭ ଉଇକେଟ ହରାଇ ହାସଲ କରି ନେଇଥିଲା।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ଧାର୍ଯ୍ୟ ୫୦ ଓଭରରେ ୭ ଉଇକେଟ ହରାଇ ୩୪୦ ରନ୍‌ କରିଥିଲା। ଦଳ ପାଇଁ ବାବର ଆଜାମ ୧୧୫ ରନ୍‌ କରିଥିବାବେଳେ ମହମ୍ମଦ ହାଫିଜ ୫୯ ଓ ଫକର ଜାମନ ୫୭ ରନ୍‌ର ଉପଯୋଗୀ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ଘରୋଇ ଦଳ ପକ୍ଷରୁ ଟମ କୁରାନ ୪ ଓ ମାର୍କ ଉଡ ୨ ଉଇକେଟ ନେଇଥିଲେ। ଜବାବରେ ଜାସନ ରୟଙ୍କ ବିସ୍ଫୋରକ ୧୧୪ ଓ ବେନ ଷ୍ଟୋକ୍ସଙ୍କ ଧୈର୍ଯ୍ୟପୂର୍ଣ୍ଣ ୭୧ ରନ୍‌ର ଇନିଂସ ଯୋଗୁ ଇଂଲଣ୍ଡ ୪୯.୩ ଓଭରରେ ୭ ଉଇକେଟ ହରାଇ ୩୪୧ ରନ୍‌ କରି ମ୍ୟାଚ୍‌ ଜିତିନେଇଥିଲା। ଦଳ ପାଇଁ ଜେମ୍ସ ଭିନ୍ସ ୪୩, ଜୋ ରୁଟ୍‌ ୩୬ ଓ କୁରାନ ୩୧ ରନ୍‌ କରିଥିଲେ। ଭ୍ରମଣକାରୀ ପାକିସ୍ତାନ ଲାଗି ବୋଲିଂରେ ମହମ୍ମଦ ହାସନାନ ଓ ଇମାଦ ଓ୍ବାସିମ ୨ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri