Posted inଜାତୀୟ

ସ୍ତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଆତ୍ମହତ୍ୟାର ବାଟ ବାଛି ନେଲେ ଭଜନ ଗାୟକ, ଭାଇଙ୍କୁ ପଠାଇଲେ ଭିଡିଓ

ଗ୍ବାଲିଅର,୨୮।୬: ମଧ୍ୟପ୍ରଦେଶ ଗ୍ବାଲିୟରରୁ ଏକ ସମ୍ବେଦନଶୀଳ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ଭଜନ ଗାୟକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଚରମ ନିଷ୍ପତ୍ତି ନେବା ପୂର୍ବରୁ ସେ ନିଜ ଭାଇକୁ ୬ ମିନିଟ ୫୦ ସେକେଣ୍ଡର ଏକ ଭିଡିଓ ପଠାଇ ସ୍ତ୍ରୀ ଦୋଷୀ ବୋଲି କହିଛନ୍ତି। ମୃତକ ହେଲେ ଧର୍ମେନ୍ଦ୍ର ଝା। ସ୍ତ୍ରୀ ନେହା ପରମାର ଏବଂ ଶଳାଙ୍କ ଉପରେ ସେ ଗମ୍ଭୀର ଅଭିଯୋଗ କରିଛନ୍ତି। ସେମାନେ ତାଙ୍କୁ ବନ୍ଧୁ ଏବଂ ପରିବାରଠାରୁ ଅଲଗା କରୁଥିବା ସେ କହିଛନ୍ତି।

ଗ୍ବାଲିଅର ଜନକଗଞ୍ଜ ଥାନା ଇନଚାର୍ଜ ଭିପେନ୍ଦ୍ର ସିଂ ଚୌହ୍ବାନ କହିଛନ୍ତି ଯେ, ଧର୍ମେନ୍ଦ୍ର ଉକ୍ତ ଅଞ୍ଚଳର ଢ଼ୋଲି ବୁଆ ନାମକ ସ୍ଥାନରେ ରହୁଥିଲେ। ଶୁକ୍ରବାର ସକାଳେ ସେ ଆତ୍ମହତ୍ୟା କରିଥିଲେ। ଯେତେବେଳେ ତାଙ୍କ ପତ୍ନୀ ରୁମ୍‌ରେ ପହଞ୍ଚିଥିଲେ ଧର୍ମେନ୍ଦ୍ର ଫାଶି ଲଗାଇଥିବା ଦେଖିବାକୁ ପାଇଥିଲେ। ଏନେଇ ପରିବାରଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ସେଠାରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।

ପ୍ରାଥମିକ ଅନୁସନ୍ଧାନରୁ ପୋଲିସ ଜାଣିବାକୁ ପାଇଛି ଯେ, ଧର୍ମେନ୍ଦ୍ର ଏକ ଭିଡିଓ ପ୍ରସ୍ତୁତ କରି ନିଜ ଭାଇଙ୍କୁ ପଠାଇଥିଲେ। ଏଥିରେ ସେ ତାଙ୍କ ଆତ୍ମହତ୍ୟାର କାରଣ ପତ୍ନୀଙ୍କଠାରୁ ନିର୍ଯାତନା ବୋଲି କହିଥିଲେ। ତେବେ ଏହା ଧର୍ମେନ୍ଦ୍ରଙ୍କ ଦ୍ୱିତୀୟ ବିବାହ ଥିଲା। ପତ୍ନୀ ବିବାହ ପରଠାରୁ ରୋଗରେ ପଡ଼ିଥିବା ବାପାଙ୍କ ସେବା କରିବାକୁ ଦେଉ ନ ଥିଲେ। ଏପରିକି ତାଙ୍କ ସାଙ୍ଗମାନଙ୍କୁ ଦୁର୍ବବ୍ୟହାର କରୁଥିଲେ। ଭାଇଙ୍କ ସହ ମିଶି ସେ ତାଙ୍କୁ ହଇରାଣ କରୁଥିଲେ। ଏଣୁ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତି ପରିବାରକୁ ଦେବାକୁ ସେ ଭିଡିଓରେ ନିବେଦନ କରିଥିବା ପୋଲିସ କହିଛି। ମାମଲାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri