ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ମିଳିବ ବେଲ୍‌

ଭୁବନେଶ୍ୱର,୨୯।୬(ସତ୍ୟଜିତ୍‌ ରାଉତ): ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ଜାମିନ ମିଳିପାରିବ। ଜେଲରେ ଥିବା ବହୁ ଗରିବ ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଓକିଲଙ୍କୁ ନିୟୋଜିତ କରି ଜାମିନ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଲୋକଙ୍କୁ ଜାମିନ ଦେବା ପାଇଁ ଅଦାଲତଙ୍କୁ ଜେଲ ଅଧୀକ୍ଷକ ଜଣାଇପାରିବେ। ଜୁଲାଇ ୧ରୁ ଲାଗୁ ହେବାକୁ ଥିବା ନୂଆ ଆଇନରେ ଏଭଳି ବ୍ୟବସ୍ଥା କରାଯାଇଛି ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ନୂଆ ଆପରାଧିକ ଆଇନକୁ ନେଇ ସ୍ଥାନୀୟ ଏକ ହୋଟେଲରେ ଏକ ଗଣମାଧ୍ୟମ କର୍ମଶାଳା ‘ବାର୍ତ୍ତାଳାପ’ ଆୟୋଜିତ ହୋଇଥିଲା। ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଡିଜି ସୁଧାଂଶୁ କହିଲେ, ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ହେଉଛି ସ୍ବାଧୀନ ଭାରତର ନିଜସ୍ବ ଆଇନ। ଏଥିରେ ଦୁଇଟି ଭଲ ଦିଗ ରହିଛି। ପ୍ରଥମଟି ହେଲା ତଦନ୍ତ ଓ ନ୍ୟାୟ ପ୍ରଦାନ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ। ଦ୍ୱିତୀୟଟି ହେଲା ବିଭିନ୍ନ ମାମଲାରେ ସମାଧାନ ପାଇଁ ସମୟ ନିର୍ଦ୍ଧାରଣ କରିବା। ପୂର୍ବରୁ ଥିବା ବ୍ୟବସ୍ଥାରେ ନ୍ୟାୟ ପ୍ରଦାନରେ ବିଳମ୍ବ ହେଉଥିଲା। ତାରିଖ ପରେ ତାରିଖ ଗଡି ଚାଲିଥିଲା। ନୂଆ ଆଇନରେ ମାମଲାର ତଦନ୍ତ ଓ ନ୍ୟାୟ ପ୍ରଦାନ ପାଇଁ ନିର୍ଦ୍ଦିଷ୍ଟ ସମୟ ନିର୍ଦ୍ଧାରଣ କରାଯାଇଛି, ଯାହା ନ୍ୟାୟ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବ। ତେବେ ନୂଆ ଆଇନକୁ ଭଲ ଭାବେ କାର୍ଯ୍ୟକାରୀ କରିବାକୁ ହେଲେ ଅଧିକ ମାନବ ସମ୍ବଳ ଆବଶ୍ୟକ ହେବ। ପୋଲିସ କର୍ମଚାରୀ ଓ ଆଇନଜୀବୀଙ୍କୁ ନୂଆ ଆଇନ ବିଷୟରେ ପ୍ରଶିକ୍ଷଣ ଦେବାକୁ ହେବ। ଫଳରେ କିଛି ମାସ ମଧ୍ୟରେ ନୂଆ ଆଇନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇପାରିବ। ସେହିପରି ମାମଲାର ତଦନ୍ତ ପ୍ରକ୍ରିୟାକୁ ରେକର୍ଡିଂ କରିବାର ବ୍ୟବସ୍ଥା ଫଳରେ ତଦନ୍ତ ପ୍ରକ୍ରିୟା ଅଧିକ ପ୍ରଭାବୀ ହେବ। ୭ବର୍ଷରୁ କମ୍‌ ଦଣ୍ଡବିଧାନ ବ୍ୟବସ୍ଥା ରହିଥିବା ଛୋଟ ଅପରାଧ ସ୍ବୀକାର କରିବା କ୍ଷେତ୍ରରେ ଦୋଷୀଙ୍କ ଜେଲ ଦଣ୍ଡାଦେଶ ହ୍ରାସ କରିବା ଲାଗି ବ୍ୟବସ୍ଥା ହୋଇଛି। ମହିଳାଙ୍କୁ କାର୍ଯ୍ୟ କ୍ଷେତ୍ରରେ ଯୌନ ନିର୍ଯାତନା, ଶିଶୁ ଓ ମହିଳା ଚାଲାଣ, ଆତଙ୍କବାଦ, ଭିଡ଼ ହିଂସା, ଏସିଡ୍‌ ଆକ୍ରମଣ, ସାଇବର ଅପରାଧ, ବାଲି ମାଫିଆ, ପଥର ମାଫିଆ ଭଳି ସଂଗଠିତ ଅପରାଧ ଓ ଛିନତାଇ ବିରୋଧରେ ଆଇନକୁ କଠୋର କରାଯାଇଛି। ଜିରୋ ଏଫ୍‌ଆଇଆର୍‌ ବ୍ୟବସ୍ଥା ଦ୍ୱାରା ଯେକୌଣସି ଥାନାରେ ମାମଲା ରୁଜୁ କରାଯାଇପାରିବ। ପୂର୍ବରୁ ସିଆର୍‌ପିସିରେ ୪୮୪ଟି ଧାରା ରହିଥିଲାବେଳେ ନୂଆ ଆଇନର ଭାରତୀୟ ନାଗରିକ ସୁରକ୍ଷା ସଂହିତାରେ ୫୩୧ଟି ଧାରା ରହିଛି। ଆଇପିସିରେ ୫୧୧ଟି ଧାରାରୁ ଭାରତୀୟ ନ୍ୟାୟ ସଂହିତାରେ ୩୫୮ଟି ଓ ପୁରୁଣା ଇଣ୍ଡିଆନ ଏଭିଡେନ୍ସ ଆକ୍ଟରେ ୧୭୦ଟି ଧାରା ରହିଥିବାବେଳେ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ୧୬୭ ଧାରା ରହିଛି। ନୂଆ ଆଇନ ବିଷୟରେ ଅଧିକ ସଚେତନ ହେବା ପାଇଁ ଷଡ଼ଙ୍ଗୀ ପରାମର୍ଶ ଦେଇଥିଲେ। ସେହିପରି ନୂଆ ଆଇନର ପ୍ରମୁଖ ଉଦ୍ଦେଶ୍ୟ- ଦଣ୍ଡ ଦେବା ନୁହେଁ, ବରଂ ନ୍ୟାୟ ପ୍ରଦାନ କରିବା ବୋଲି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ପିଆଇବି ନିର୍ଦ୍ଦେଶକ ଓ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡର ଆଞ୍ଚଳିକ ମୁଖ୍ୟ ଗିରିଶ ଚନ୍ଦ୍ର ଦାଶ କହିଥିଲେ। ପିଆଇବିର ଗଣମାଧ୍ୟମ ଓ ଯୋଗାଯୋଗ ଅଧିକାରୀ ପ୍ରଦୀପ କୁମାର ଚୌଧୁରୀ ସ୍ବାଗତ ଭାଷଣ ଓ ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଧନ୍ୟବାଦ ଅର୍ପଣ କରିଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା ଓ ପିଆଇବିର ସୂଚନା ଅଧିକାରୀ ସ୍ବାଧୀନ ଶକ୍ତିପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri