Posted inଖେଳ

କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ବୈଠକରେ ଯୋଗଦେବେ ନାହିଁ ସଚିନ

ମୁମ୍ବାଇ,୧୯।୮: ପ୍ରଶାସକ କମିଟି (ସିଓଏ)ର ନୂଆ ସଦସ୍ୟ ରବୀନ୍ଦ୍ର ଥୋଡ୍‌ଗେ ଓ ଜେନାରାଲ ମ୍ୟାନେଜର (ଅପରେଶନ) ସବା କରିମ ପୂର୍ବତନ କ୍ରିକେଟରଙ୍କୁ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ (କନ୍‌ଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ) ସମ୍ପର୍କରେ ଆଲୋଚନା କରିବା ପାଇଁ ସୋମବାର ବୈଠକ ଡକାଇଛନ୍ତି। କେତେଜଣ ପୂର୍ବତନ କ୍ରିକେଟର ଏହି ବୈଠକରେ ଯୋଗଦେବା ଲାଗି ଇଚ୍ଛା ପ୍ରକାଶ କରିଥିବାବେଳେ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଯୋଗ ଦେବାକୁ ମନା କରିଦେଇଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ ଅନିଲ କୁମ୍ବଲେ ଯୋଗଦେଇ ନ ପାରନ୍ତି। ଜୁନିୟର ଭାରତୀୟ ଦଳର କୋଚ୍‌ ଓ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ରାହୁଲ ଡ୍ରାଭିଡ୍‌ ଯୋଗଦେବାର ସମ୍ଭାବନା ରହିଛି। ଏହି ବୈଠକରେ ବାହାରିବାକୁ ଥିବା ନିଷ୍କର୍ଷ ଓ ପୂର୍ବତନ ଖେଳାଳିଙ୍କ ମତ ସୁପ୍ରିମକୋର୍ଟରେ ଉପସ୍ଥାପନ କରାଯିବ। ନ ହେଲେ ବୌଠକର ମୂଲ୍ୟ କିଛି ରହିବ ନାହିଁ। କିନ୍ତୁ ମିଳିଥିବା ସୂଚନା ମୁତାବକ ବହୁ ପୂର୍ବତନ କ୍ରିକେଟର ବୈଠକ ନେଇ ଚିନ୍ତିତ। ଏଣୁ ସେମାନେ ଯୋଗ ଦେବେ କି ନାହିଁ ଚିନ୍ତା କରୁଛନ୍ତି। ସିଓଏ ଅଧ୍ୟକ୍ଷ ବିନୋଦ ରାଇ ଦେଶରେ ନ ଥିବାରୁ ବୈଠକରେ ଯୋଗଦେଇ ପାରିବେ ନାହିଁ। ରାଇଙ୍କ ସାଥୀ କର୍ମକର୍ତ୍ତା ତଥା କମିଟିରେ ଥିବା ଏକମାତ୍ର କ୍ରିକେଟର ଡାଇନା ଇଡୁଲଜି ବୈଠକରେ ଯୋଗଦେବା ନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି, ଡ୍ରାଭିଡ୍‌, ସଚିନ, ଭିଭିଏସ୍‌ ଲକ୍ଷ୍ମଣଙ୍କ ଭଳି ପୂର୍ବତନ ଖେଳାଳିଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri