୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏତେବର୍ଷ ପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବାରୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ”ଏହା ଲୋକଙ୍କ ସରକାରରେ ଆଜିଠାରୁ ଲୋକଙ୍କ ପାଇଁ ଖୋଲା ରହିବ ଅଭିଯୋଗ ପ୍ରକୋଷ୍ଠ, ଲୋକେ ସିଧାସଳଖ ଆସି ମୋ ସହ ଭେଟି ନିଜର ସମସ୍ଯା ଜଣାଇପାରିବେ।”

ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେଠାରେ ଥିବା କାଉଣ୍ଟରରେ ପଞ୍ଜୀକରଣ କରିବାକୁ ପଡ଼ିବ।

ତେବେ ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି। ଏହି ସର୍ବସରରେ ସେଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଅନ୍ୟ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri