ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ,୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର। ମରାମତି ନିହାତି ଆବଶ୍ୟକ ବୋଲି ଏଏସ୍‌ଆଇ କହିଛି। ରତ୍ନଭଣ୍ଡାର ଖୋଲିବା ନେଇ ସରକାରୀ ପ୍ରସ୍ତୁତି ଚାଲିଛି, ଏହା ଆନନ୍ଦର କଥା’। ରତ୍ନଭଣ୍ଡାର ଖୋଲି ମରାମତି ସହ ଗଣତି ମଣତି ନିହାତି ଆବଶ୍ୟକ ବୋଲି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି।

ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଚଳିତ ମାସ ୫ତାରିଖରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇପାରେ। ତେଣୁ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ଅରିଜିତ ପଶାୟତ ୪ ତାରିଖରେ ଓଡ଼ିଶା ଆସୁଥିବା ସୂଚନା ମିଳିବା ପରେ ୫ତାରିଖରେ ବୈଠକ ବସି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରାଯିବା ସହ ଅଳଙ୍କାର ଗଣତିମଣତି ନେଇ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରାଯାଉଛି। ତେବେ ଏନେଇ ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଅପରପକ୍ଷରେ ପୂର୍ବରୁ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ୮ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଏଏସ୍‌ଆଇ ସୁପରିଣ୍ଟେଣ୍ଡେଣ୍ଟ ସୂଚନା ଦେଇଥିଲେ, ଯାହାକୁ ପରେ ଆଇନମନ୍ତ୍ରୀ ଖଣ୍ଡନ କରିଥିଲେ। ସରକାରଙ୍କ ପକ୍ଷରୁ ଅନେକ ସମୟରେ କୁହାଯାଇଛି କି, ଉପଯୁକ୍ତ ସମୟରେ ରତ୍ନଭଣ୍ଡାର ଖୋଲାହେବ। ମାତ୍ର କେଉଁ ସମୟରେ ଖୋଲାହେବ ସେ ନେଇ କୌଣସି ସୂଚନା ପ୍ରଦାନ କରାଯାଉନାହିଁ। ରଥଯାତ୍ରା ପୂର୍ବରୁ ଜଷ୍ଟିସ୍‌ ପଶାୟତଙ୍କ ପୁରୀ ଗସ୍ତ ଏବଂ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ଅବସ୍ଥାନ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯିବା ଓ ସୁରକ୍ଷା ଯୋଗାଇଦେବା ଆଦି ସୂଚନା ମିଳିବା ପରେ ଆସନ୍ତା ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ ଚର୍ଚ୍ଚା ବଢିଛି। ତେବେ ରାଜ୍ୟ ସରକାରଙ୍କ ଘୋଷଣା ପରେ ସମସ୍ତ କଥା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri