ବିଆଇପିଏଫ୍‌ ପକ୍ଷରୁ ପିଜିଡିଏସ୍‌-୨୩ର ବିଜେତା ସମ୍ମାନିତ

ଭୁବନେଶ୍ୱର,୫।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉଚ୍ଚ ଶିକ୍ଷା ନିମନ୍ତେ ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ୍‌ (ବିଆଇପିଏଫ୍‌) ପକ୍ଷରୁ ଇଞ୍ଜିନିୟରିଂ, ମେଡିସିନ ଏବଂ ଲିବରାଲ ଆର୍ଟସ୍‌ କ୍ଷେତ୍ରରେ ପେସାଦାର ଡିଗ୍ରୀ ହାସଲ ପାଇଁ ୬ ଜଣ ଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ପ୍ରଫେସର ଘନଶ୍ୟାମ ଦାଶ ଛାତ୍ରବୃତ୍ତି (ପିଜିଡିଏସ୍‌-୨୦୨୩) ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ୍‌ ବା ଇମ୍ଫାର ସାମାଜିକ ବିକାଶ ସଂସ୍ଥା ବିଆଇପିଏଫ୍‌ ପକ୍ଷରୁ ଉଚ୍ଚଶିକ୍ଷା ନିମନ୍ତେ ୨୦୨୩-୨୪ ଶିକ୍ଷା ବର୍ଷ ପାଇଁ ଚୟନ ହୋଇଥିବା କୃତୀ ଛାତ୍ରୀଛାତ୍ରମାନଙ୍କୁ ପିଜିଡିଏସ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ପ୍ରତି ବର୍ଷ ୬ଜଣ ମେଧାବୀ ଛାତ୍ରୀଛାତ୍ରମାନଙ୍କୁ (ଓଡ଼ିଶାର ବାସିନ୍ଦା) ଏହି ବୃତ୍ତି ପ୍ରଦାନ କରାଯାଇଥାଏ। ଅପରପକ୍ଷରେ ପିଜିଡିଏସ୍‌ର ୧୯ତମ ସଂସ୍କରଣରେ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ ୪ ଜଣ କେ.ଭି.ଏମ୍‌ .ପ୍ରସନ୍ନ କୁମାର ( ଆଇଆଇଆଇଟି , ଧାରୱାଡ଼), ପ୍ରିୟାଂଶୁ ପଣ୍ଡା (ଆଇଆଇଟି, ମାଡ୍ରାସ୍‌), ହିମାଂଶୁ ଶେଖର ପାତ୍ର (ଆଇଜିଆଇଟି ସାରଙ୍ଗ), ପ୍ରିୟଙ୍କା ଦଳାଇ (ଦୀନଦୟାଲ ଉପାଧ୍ୟୟ କଲେଜ) ଏବଂ ମେଡିସିନ ପାଠ୍ୟକ୍ରମ ପାଇଁ ପ୍ରୟାସ ରାଉତ (ଭୁବନେଶ୍ୱର ଏମ୍ସ) ଓ ଅଭିପ୍ସା ଚୌଧୁରୀ (ଭୁବନେଶ୍ୱର ଏମ୍ସ)ଙ୍କୁ ଏହି ଛାତ୍ରବୃତ୍ତିି ପ୍ରଦାନ କରାଯାଇଥିଲା।
ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବରେ ଭୁବନେଶ୍ୱର ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସିଇଓ ପ୍ରଫେସର ଡା. ଆଶୁତୋଷ ବିଶ୍ୱାସ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲାବେଳେ ବିଆଇପିଏଫ୍‌ର ଟ୍ରଷ୍ଟି ତଥା ସିଇଓ ଶୈଫାଳିକା ପଣ୍ଡା ଏବଂ ଇମ୍ପାର ଏମଡି ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଛାତ୍ରବୃତ୍ତି ପାଇଥିବା କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ମାନିତ କରିଥିଲେ। ସେହିପରି ଏହି ବୃତ୍ତି ଅନ୍ତର୍ଗତ ଏକାଡେମିକ୍‌ ଫିର ୯୦% ଓ ୪ବର୍ଷ ମଧ୍ୟରେ ହେବାକୁ ଥିବା ଅନ୍ୟ ଖର୍ଚ୍ଚକୁ ମିଶାଇ ପ୍ରତ୍ୟେକ ବୃତ୍ତିଧାରୀଙ୍କୁ ୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଆର୍ଥିକ ସହାୟତା ବ୍ୟତୀତ ବୃତ୍ତିଧାରୀମାନେ ବିଆଇପିଏଫ୍‌ ଦ୍ୱାରା ପରିଚାଳିତ ଏକ ସ୍ବତନ୍ତ୍ର ମେଣ୍ଟରଶିପ୍‌ କାର୍ଯ୍ୟକ୍ରମ ‘ଉତ୍ସାହ’ପାଇଁ ମଧ୍ୟ ଯୋଗ୍ୟ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri