ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ହେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ସମେତ ଅନ୍ୟ ୭ ସହରର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ହଟାଇଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ସମସ୍ତ ବିଭାଗୀୟ ସଚିବ, ଜିଲାପାଳ ଓ ବିଧାନସଭା ସଚିବଙ୍କୁ ଚିଠି ଲେଖି ବିଭିନ୍ନ ସରକାରୀ ସଂସ୍ଥା, ଉଦ୍ୟୋଗ, ନିଗମ ଓ ବିଭାଗରେ ରାଜନୈତିକ ନିଯୁକ୍ତିକୁ ତତ୍କାଳ ପ୍ରଭାବରୁ ରଦ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା ଅବଗତ କରାଇଛନ୍ତି। ସମସ୍ତ ରାଜନୈତିକ ନିଯୁକ୍ତିକୁ ରଦ୍ଦ କରାଗଲା। କିନ୍ତୁ ବୈଧାନିକ ପ୍ରାବଧାନ ଅନ୍ତର୍ଗତ ରାଜ୍ୟ ସରକାରଙ୍କ ନିର୍ଦ୍ଧାରିତ ପ୍ରକ୍ରିୟା ମଧ୍ୟରେ ଦିଆଯାଇଥିବା ନିଯୁକ୍ତିଗୁଡ଼ିକ ଏହି ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ ହେବ ନାହିଁ ବୋଲି ବିଭାଗ ସୂଚନା ଦେଇଛି। ସେହିପରି ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ପୂର୍ବର ସମସ୍ତ ନିର୍ଦ୍ଦେଶକୁ ରଦ୍ଦକରି ରାଜ୍ୟ ସରକାର ସବୁ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣ(ବିଡିଏ), କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ), ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣ, ସମ୍ବଲପୁର ଉନ୍ନୟନ ପ୍ରାଧିକରଣ, ରାଉରକେଲା ଉନ୍ନୟନ ପ୍ରାଧିକରଣ, ପୁରୀ-କୋଣାର୍କ ଉନ୍ନୟନ ପ୍ରାଧିକରଣ, ପାରାଦୀପ ଉନ୍ନୟନ ପ୍ରାଧିକରଣ, କଳିଙ୍ଗନଗର ଉନ୍ନୟନ ପ୍ରାଧିକରଣ ଓ ତାଳଚେର-ଅନୁଗୋଳ ମେରାମଣ୍ଡଳୀ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନଗର ଉନ୍ନୟନ ମନ୍ତ୍ରୀ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri