ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ ଆଜ୍ଞାମାଳ ଆସି ୩ ରଥରେ ବିଜେ କରାଯାଇଛି । ରବିବାର ରଥ ପ୍ରତିଷ୍ଠା ପରେ ଚତୁର୍ଦ୍ଧା ବିଗ୍ରହ ତିନି ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ।

ଶ୍ରୀମନ୍ଦିରରେ ସକାଳ ଧୂପ ଶେଷ ହେବା ପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟ, ଛତା, କାହାଳୀ ସହ ରଥଖଳା ନିକଟକୁ ବିଜେ କରିଛନ୍ତି। ତେବେ ଚଳିତବର୍ଷ ତିଥି କ୍ଷୟ ଯୋଗୁ ଶ୍ରୀଗୁଣ୍ଡିଚା ଦିନ ଶ୍ରୀବିଗ୍ରହଙ୍କ ନବଯେୌବନ ଓ ନେତ୍ର ଉତ୍ସବ ଅନୁଷ୍ଠିତ ହେବ। ତେଣୁ ଶ୍ରୀବିଗ୍ରହଙ୍କଠାରୁ ରଥଖଳାକୁ ଆଜ୍ଞାମାଳ ଆସିବ ନାହିଁ। ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ନିକଟରୁ ଆଜ୍ଞାମାଳ ଆଣି ରଥତ୍ରୟ ନିକଟକୁ ବିଜେ କରାଇବେ। ପରମ୍ପରା ଅନୁଯାୟୀ, ପ୍ରଥମେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଆଜ୍ଞାମାଳ ପ୍ରଦାନ କରାଯିବ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଆଜ୍ଞାମାଳ ଦିଆଯିବ। ଭୋଇସେବକମାନେ ତେଲ ଦେଇ ରଥରେ ଦଉଡ଼ି ସଂଯୋଗ କରିବେ। ତାଳଧ୍ୱଜ ରଥରେ ବିଜେ କାହାଳୀ ବାଜିବା ପରେ ତିନିରଥ ଶ୍ରୀମନ୍ଦିର ନିକଟକୁ ଟଣାଯିବ। ପରମ୍ପରା ଅନୁସାରେ ପ୍ରଥମେ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯିବ। ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯିବ। ପୋଲିସ ବାହିନୀ ସହାୟତାରେ ତିନିରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ: ତତକାଳ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୮।୧୨: କ୍ରମାଗତ ସପ୍ତମ ଦିନ ପାଇଁ ବହୁ ସଂଖ୍ୟାରେ ଇଣ୍ଡିଗୋ ବିମାନ ବାତିଲ କରାଯାଉଛି। ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ...

ଟେଷ୍ଟ-ଟି୨୦ କ୍ରିକେଟରୁ ଅବସର ପ୍ରତ୍ୟାହାର କରି ସମସ୍ତଙ୍କୁ ଚମକାଇଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଢାକା,୮।୧୨: ବାଂଲାଦେଶର ଷ୍ଟାର ଅଲରାଉଣ୍ଡର ସାକିବ ଅଲ ହାସନ ଟେଷ୍ଟ ଏବଂ ଟି-୨୦ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ କହିଛନ୍ତି,ସେ ବର୍ତ୍ତମାନ ତିନୋଟି...

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ପଲାଶଙ୍କ ସହ ସବୁ ସ୍ମୃତି ଲିଭାଇଦେଲେ ସ୍ମୃତି ମନ୍ଧାନା: କଲେ ଏମିତି କାମ…

ନୂଆଦିଲ୍ଲୀ,୮।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ଗାୟକ ପଲାଶ ମୁଛଲଙ୍କ ବିବାହ ଭାଙ୍ଗିଯାଇଛି। ଉଭୟ ଆନୁଷ୍ଠାନିକ ଭାବରେ ସେମାନଙ୍କ ବିବାହ ଶେଷ ହେବାର ଘୋଷଣା କରିଛନ୍ତି।...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri