Posted inଖେଳ

ବିସିସିଆଇ ସଚିବ କଲେ ବଡ଼ ଘୋଷଣା: ଏହି ୪ ଖେଳାଳିଙ୍କୁ ଦେଲେ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ

ନୂଆଦିଲ୍ଲୀ,୭ା୭: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଜିତିଥିଲା। ଏଥିସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ, ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି ଏବଂ ରବୀନ୍ଦ୍ର ଜାଡେଜାଙ୍କୁ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ ଦେଇଛନ୍ତି।

ଏଥିସହ ବିସିସିଆଇ ସଚିବ ଜୟ ଶାହା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫି ବିଷୟରେ ବଡ଼ ସୂଚନା ଦେଇଛନ୍ତି। ଜୟ କହିଛନ୍ତି ଯେ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଏବଂ ଚାମ୍ପିୟନ୍ସ ଟ୍ରଫିରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେବେ।

କହି ରଖୁଛୁ ଯେ, ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଟି-୨୦ ବିଶ୍ୱକପ୍‌ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନ୍‌ ପରାସ୍ତ କରିଛି। ଭାରତୀୟ ଦଳ ଦ୍ୱିତୀୟ ଥର ପାଇଁ ଟି -୨୦ ବିଶ୍ୱକପ୍‌ ଚାମ୍ପିୟନ ହୋଇଛି। ଏହାପୂର୍ବରୁ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ୍‌ ୨୦୦୭ ଜିତିଥିଲା। କିନ୍ତୁ ଏହା ପରେ ପ୍ରାୟ ୧୭ ବର୍ଷ ବିତିଗଲା, କିନ୍ତୁ କୌଣସି ସଫଳତା ମିଳିଲା ନାହିଁ। ତେବେ ବର୍ତ୍ତମାନ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ୧୭ ବର୍ଷ ପରେ ବିଶ୍ୱବିଜୟୀ ହୋଇଛି।

ଏହି ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୧୩ ଜିତିଥିଲା। ଯଦିଓ ଭାରତୀୟ ଦଳ କ୍ରମାଗତ ଭାବେ ଆଇସିସି ଟୁର୍ନାମେଣ୍ଟର ନକ୍‌ଆଉଟ ରାଉଣ୍ଡରେ ପହଞ୍ଚିଥିଲେ ମଧ୍ୟ ଟ୍ରଫି ଜିତିବାରେ ଏହା ସଫଳ ହୋଇପାରିଲା ନାହିଁ।

ସୂଚନାଯୋଗ୍ୟ, ଆମେରିକା ଏବଂ ଓ୍ବେଷ୍ଟ୍‌ଇଣ୍ଡିଜ ମାଟିରେ ଟି-୨୦ ବିଶ୍ୱକପ୍‌ ୨୦୨୪ ଖେଳାଯାଇଥିଲା। ଭାରତୀୟ ଦଳ ଆୟର୍ଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ କରିଥିଲା। ଯେଉଁଠାରେ ଟାଇଟଲ୍‌ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ପରାସ୍ତ ହୋଇଥିଲା। ଏହି ଟୁର୍ନାମେଣ୍ଟରେ ଭାରତ ଏହାର ୮ଟି ମ୍ୟାଚ୍‌ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri