ପ୍ୟାରିସ୍‌ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି।

ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି ।

କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ । ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଜେନା ଏବଂ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ପ୍ରକାଶ କରିଛନ୍ତି।

ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରୁଥିବା ଜାଭେଲିନ୍‌ ଥ୍ରୋ’ରେ ଜେନା ଏବଂ ହକି ତାରକା ରୋହିଦାସଙ୍କୁ ଉତ୍ସାହିତ କରିବା ପାଇଁ ଏହି ଆର୍ଥିକ ସହାୟତା ଏକ ପ୍ରୟାସ ମାତ୍ର ।

ଉଭୟଙ୍କ ସାମର୍ଥ୍ୟ ଉପରେ ଓଡ଼ିଶାବାସୀଙ୍କ ପୂର୍ଣ୍ଣ ବିଶ୍ୱାସ ରହିଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠତମ କ୍ରୀଡ଼ାନୈପୁଣ୍ୟ ପ୍ରଦର୍ଶିତ କରି ରାଜ୍ୟ ତଥା ଦେଶକୁ ଗୌରବାନ୍ୱିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ । ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

IIT ହାଇଦ୍ରାବାଦରେ ଇତିହାସ: ଛାତ୍ରଙ୍କୁ ମିଳିଲା ୨.୫ କୋଟି ଟଙ୍କାର ଚାକିରି ଅଫର୍

ନୂଆଦିଲ୍ଲୀ,୨।୧: ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (IIT), ହାଇଦ୍ରାବାଦର ଜଣେ ଛାତ୍ର ଏକ ବିରାଟ ସଫଳତା ହାସଲ କରିଛନ୍ତି। କମ୍ପ୍ୟୁଟର ସାଇନ୍ସ ଇଞ୍ଜିନିୟରିଂର ଅନ୍ତିମ ବର୍ଷର...

ପୁରୀ ବଳଗଣ୍ଡି ଛକରେ ସ୍କୁଟିକୁ ଧକ୍କା ଦେଲା ବୋଲେରୋ, ନାବାଳକ ମୃତ

ପୁରୀ, ୨/୧( ଅଜିତ୍ କୁମାର ମହାନ୍ତି ): ସକାଳୁ ସକାଳୁ ବଡ଼ଦାଣ୍ଡରେ ଦୁର୍ଘଟଣା । ଶୁକ୍ରବାର ପୂର୍ବାହ୍ନରେ ପୁରୀ ବଡ଼ଦାଣ୍ଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ...

ପର୍ଯ୍ୟଟନସ୍ଥଳୀରେ ଜମୁଛି ଲୋକଙ୍କ ଭିଡ଼, ୧୧୦ ଫୁଟ ଉଚ୍ଚର ବତିଘର ଉପରୁ ସେଲ୍‌ଫି ନେଇ…

ମହାକାଳପଡ଼ା,୨ା୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ନୂଆବର୍ଷରେ ବିଭିନ୍ନ ଧାର୍ମିକ ପୀଠ ଓ ପର୍ଯ୍ୟଟନ ସ୍ଥଳରେ  ଶ୍ରଦ୍ଧାଳୁମାନଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ...

ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ବିଭ୍ରାଟ, ସକାଳ ୯ଟା ୪୫ରେ ହେଲା ପତିତପାବନଙ୍କ ଆଳତି

ପୁରୀ ୨/୨( ଅଜିତ୍ କୁମାର ମହାନ୍ତି ):  ପୁରୀ ଶ୍ରୀମନ୍ଦିର ନୀତିକ୍ରାନ୍ତିରେ ପୁଣି ବିଭ୍ରାଟ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ମହାପ୍ରଭୁଙ୍କ ନୀତିକୁ ଗୁରୁତ୍ଵ ଦେଇ...

ଗଜପତି ଜିଲାର ନୂଆ ଜିଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ

ଗଜପତି(ଗିରିଧାରୀ ପରିଛା):୦୨/୦୧- ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ଅକ୍ଷୟ ସୁନିଲ ଅଗ୍ରୱାଲ । ନୂଆବର୍ଷରେ ନିଯୁକ୍ତି ଦେଇଛନ୍ତି ସରକାର । ଗତ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri