Posted inଖେଳ

ଅଭିଷେକଙ୍କ ଶତକକୁ ନେଇ ଗୁରୁ ଯୁବରାଜ ସିଂ କହିଲେ ଆଗକୁ ଆହୁରି ଅଛି…

ନୂଆଦିଲ୍ଲୀ, ୦୮।୦୭: ଅଭିଷେକ ଶର୍ମା ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ୍‌ର ଡେବ୍ୟୁ ମ୍ୟାଚ୍‌ରେ ଫ୍ଲପ୍‌ ହୋଇଥିଲେ । ସେ ଜିମ଼୍ବାୱେ ବିପକ୍ଷରେ ପ୍ରଥମ-୨୦ ମ୍ୟାଚ୍‌ରେ ଓପନର୍‌ ଭାବେ ମଇଦାନକୁ ଓହ୍ଲାଇଥିବା ବେଳେ ଶୂନ ରନ୍‌ରେ ଆଉଟ୍‌ ହୋଇ ପାଭିଲିୟନ୍‌ ଫେରିଥିଲେ । କିନ୍ତୁ ରବିବାର ଖେଳା ଯାଇଥିବା ଦ଼୍ବିତୀୟ ମ୍ୟାଚ୍‌ରେ ସେ ଜବରଦସ୍ତ ପ୍ରଦର୍ଶନ କରି ଶତକୀୟ ପାଳି ଖେଳିଥିଲେ । ସେ ୪୭ ବଲ୍‌ରେ ଶତକ ହାସଲ କରିଥିଲେ । ଯେଉଁଥିରେ ୭ ଚୌକା ଏବଂ ୮ ଛକା ସାମିଲ୍‌ । ଅଭିଷେକଙ୍କର ଏହା ପ୍ରଥମ ଅନ୍ତର୍ଜାତୀୟ ଶତକ । ଯାହାକୁ ନେଇ ଗୁରୁ ଯୁବରାଜ ସିଂ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ ଅଭିଷେକଙ୍କ ମେଣ୍ଟର । ଯୁବରାଜ ଅଭିଷେକଙ୍କର ୧୩୨ ସେକେଣ୍ଡର ଏକ ଭିଡିଓ ସେୟାର କରିଛନ୍ତି । ଯେଉଁଥିରେ ସେ କଠିନ ପରିଶ୍ରମ କରୁଥିବା ଦେଖାଯାଉଛନ୍ତି ।

ଯୁବରାଜ କହିଛନ୍ତି ଯେ, ଗୋଟିଏ ଦିନରେ କିଛି ହେବ ନାହିଁ । କିନ୍ତୁ ସଫଳତା ପାଇବା ପାଇଁ ଲାଗାତାର ପରିଶ୍ରମ କରିବାକୁ ପଡ଼ିବ । ସୋମବାର ସେ ଅଭିଷେକଙ୍କ ଟ୍ରେନିଂ ସମୟର ଭିଡିଓ ସେୟାର କରି ଲେଖିଛନ୍ତି ଯେ, ନିରନ୍ତର ପ୍ରୟାସ ହିଁ ସଫଳତାର ଚାବିକାଠି । ପ୍ରଥମ ଅନ୍ତର୍ଜାତୀୟ ଶତକ ପାଇଁ ଅଭିଷେକଙ୍କୁ ଶୁଭେଚ୍ଛା । ଆଗକୁ ଏମିତି ବି ଜାରି ରହିବ ବୋଲି ସେ ଏଥିରେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri