Posted inଫୁରସତ

ମୃତକଙ୍କ ପାଇଁ ମୁଭି ନାଇଟ୍‌ ଶୋ’

ବ୍ୟାଙ୍କକ୍‌: ଥାଇଲାଣ୍ଡରେ ଚାଇନିଜ୍‌ ସମୁଦାୟର ଲୋକଙ୍କ ପାଇଁ ରହିଥିବା ଏକ କବର ସ୍ଥାନରେ ମୃତକଙ୍କ ଲାଗି ଗୋଟିଏ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି କବର ସ୍ଥାନରେ ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଏକ ମୁଭି ନାଇଟ ଶୋ’ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ପ୍ରତ୍ୟେକ ଦିନ ସ୍ଥାନୀୟ ସମୟ ସା ୭ଟାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହି କବର ସ୍ଥାନରେ ଚଳଚ୍ଚିତ୍ର ପ୍ରଦର୍ଶିତ ହେଉଥିଲା। ଏହାବ୍ୟତୀତ ମୃତକଙ୍କ ପାଇଁ ଖାଦ୍ୟ, ପୋଷାକ ଓ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ମଧ୍ୟ ରଖାଯାଇଥିଲା। ଏହି ଖୋଲା ଆକାଶ ଶୋ’ରେ କବର ସ୍ଥାନର କେବଳ ୪ ଜଣ କର୍ମଚାରୀ ଉପସ୍ଥିତ ଥିଲେ। ତେବେ କାର୍ଯ୍ୟକ୍ରମର ଆୟୋଜକ କହିଛନ୍ତି, ପ୍ରଥମେ ସେ ଏହି କବର ସ୍ଥାନରେ ମୁଭି ନାଇଟ ଶୋ’ ଆୟୋଜନ କରିବା ନେଇ ଭୟ କରୁଥିଲେ। କିନ୍ତୁ ଇଭେଣ୍ଟ୍‌ ଶେଷ ହେବା ପରେ ସେ ନିଜର ଏହି ଅଭିଜ୍ଞତାକୁ ଅନନ୍ୟ ଓ ସକାରାତ୍ମକ ହୋଇଥିବା ଦର୍ଶାଇଛନ୍ତି। ଏହି କବର ସ୍ଥାନରେ ଥିବା ମୃତକଙ୍କୁ ସ୍ମରଣ କରିବା ସହ ସେମାନଙ୍କୁ ଆଧୁନିକ ମନୋରଞ୍ଜନ ଯୋଗାଇଦେବା ଉଦ୍ଦେଶ୍ୟରେ ଏହି ମୁଭି ନାଇଟ ଶୋ’ ଆୟୋଜନ କରାଯାଇଥିବା ଆୟୋଜକ କହିଛନ୍ତି।
ଥାଇଲାଣ୍ଡରେ ଥିବା ଚାଇନିଜ୍‌ ସମୁଦାୟର ବିଶ୍ୱାସ ଅନୁଯାୟୀ, ମୃତ୍ୟୁବେଳକୁ ଅଧିକାଂଶ ବ୍ୟକ୍ତିଙ୍କର ସମସ୍ତ ଇଚ୍ଛା ପୂରଣ ହୋଇ ନ ଥାଏ। ତେଣୁ ମୃତ୍ୟୁ ପରେ ସେମାନଙ୍କର ଆତ୍ମା ଅସନ୍ତୁଷ୍ଟ ରହିଥାନ୍ତି। ମୁଭି ନାଇଟ ଶୋ’ ପରି ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଆୟୋଜନ ଦ୍ୱାରା ଏହି ଅସନ୍ତୁଷ୍ଟ ଆତ୍ମାମାନେ ସମ୍ମାନିତ ଅନୁଭବ କରନ୍ତି। ଫଳସ୍ବରୂପ, ଜୀବନ୍ତ ଲୋକଙ୍କ ଉପରେ ସେମାନଙ୍କର ହସ୍ତକ୍ଷେପ କମିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri