ସରକାର ନେଲେ ବଡ଼ ନିଷ୍ପତ୍ତି: ମହମ୍ମଦ ସିରାଜଙ୍କୁ ମିଳିବ ଜମି ଆଉ ସରକାରୀ ଚାକିରି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୦।୭: ଆଇସିସି ପୁରୁଷ ଟି -୨୦ ବିଶ୍ୱକପ୍‌ରେ ଉଲ୍ଲେଖନୀୟ ଅବଦାନ ପାଇଁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ ଅଲରାଉଣ୍ଡର କ୍ରିକେଟର ମହମ୍ମଦ ସିରାଜଙ୍କୁ ପୁରସ୍କୃତ କରିଛନ୍ତି। ଗତ ସପ୍ତାହରେ ଭାରତର ଟି -୨୦ ବିଶ୍ୱକପ୍‌ ବିଜୟ ପରେ ମହମ୍ମଦ ସିରାଜ ନିଜ ସହର ହାଇଦ୍ରାବାଦକୁ ଫେରଥିଲେ। ଏହା ପରେ ସିରାଜ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ଏହି ସମୟରେ ମୁଖ୍ୟମନ୍ତ୍ରୀ ସିରାଜଙ୍କୁ ସମ୍ମାନିତ କରି ତାଙ୍କର ଅସାଧାରଣ ପ୍ରତିଭାକୁ ପ୍ରଶଂସା କରିଛନ୍ତି ଏବଂ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଖେଳାଳି ଭାବରେ ବର୍ଣ୍ଣନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହମ୍ମଦ ସିରାଜ ଆମ ଦେଶ ପାଇଁ ଗର୍ବ ଏବଂ ତେଲଙ୍ଗାନା ରାଜ୍ୟ ପାଇଁ ଗୌରବ। ଏଥିସହ ତାଙ୍କୁ ଏକ ଜମି ଓ ସରକାରୀ ଚାକିରି ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ହାଇଦ୍ରାବାଦ କିମ୍ବା ଏହା ଆଖପାଖ ଅଞ୍ଚଳରେ ମହମ୍ମଦ ସିରାଜଙ୍କ ପାଇଁ ଘର ତିଆରି କରିବା ନିମିତ୍ତ ଏକ ଉପଯୁକ୍ତ ଜମି ଚିହ୍ନଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ସିରାଜଙ୍କୁ ଏକ ସରକାରୀ ଚାକିରି ଦେବା ପାଇଁ ପ୍ରକ୍ରିୟା ଆରମ୍ଭ କରିବାକୁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri