Posted inଖେଳ

ଜାତୀୟ ସିନିୟର ରୋଲବଲ ଚାମ୍ପିୟନଶିପ୍‌ ଓଡ଼ିଶା ଦଳ ଘୋଷଣା

ଭୁବନେଶ୍ୱର, ୨୦।୮(କ୍ରୀଡ଼ା ପ୍ରତିନିଧି)-
ଗୁଜରାଟର ସୁରଟଠାରେ ୧୬ତମ ଜାତୀୟ ସିନିୟର ରୋଲବଲ ଚାମ୍ପିୟନଶିପ୍‌ ଚଳିତମାସ ୨୧ରୁ ୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ରୋଲବଲ ଆସୋସିଏଶନ(ଓଆରବିଏ) ପକ୍ଷରୁ ସୋମବାର ଓଡ଼ିଶା(ପୁରୁଷ) ଦଳ ଘୋଷଣା କରାଯାଇଛି। ଏଥିରେ ରାଜ୍ୟର ବିଭିନ୍ନ ଜିଲାର ଖେଳାଳିମାନେ ସ୍ଥାନ ପାଇଛନ୍ତି। ମନୋନୀତ ଖେଳାଳିମାନଙ୍କୁ ପୂର୍ବାହ୍ନରେ କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଆସୋସିଏଶନର କାର୍ଯ୍ୟକାରିଣୀ ସଦସ୍ୟ ମଳୟ ଦାସ, ପ୍ରକାଶ ଚନ୍ଦ୍ର ବିଷୋୟୀ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ଦଳ ଗୁଜରାଟ ଅଭିମୁଖେ ଯାତ୍ରା କରିଛି। ପ୍ରକାଶ ଯୋଗ୍ୟ ଯେ, ରୋଲବଲ ହେଉଛି ଶତ ପ୍ରତିଶତ ଭାରତ ଭିତ୍ତିକ କ୍ରୀଡ଼ା। ଏହା ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରଣାଳୟ, ନ୍ୟାଶନାଲ ସ୍କୁଲ ଗେମ୍ସ ଫେଡେରେଶନ, ଅଲ୍‌ ଇଣ୍ଡିଆ ୟୁନିଭର୍ସିଟି/କଲେଜ ଗେମ୍ସ ୟୁନିୟନଦ୍ୱାରା ସ୍ବିକୃତିପ୍ରାପ୍ତ। ଓଡ଼ିଶା ରୋଲବଲ ଆସୋସିଏଶନ ହେଉଛି ରୋଲ ବଲ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆର ସହବନ୍ଧିତ ଅନୁଷ୍ଠାନ।
ଓଡ଼ିଶା ଦଳ: ବିଶ୍ୱଜିତ ସ୍ବାଇଁ, ସୌମ୍ୟରଞ୍ଜନ ଜୟସିଂ, ଅଭିଜିତ ସ୍ବାଇଁ, ପଞ୍ଚାନନ ବେହେରା, ଅଭିଷେକ ସ୍ବାଇଁ, ସନ୍ତୋଷ କୁମାର ପାତ୍ର ଓ ପ୍ରବୀଣ କୁମାର ବିଷୋୟୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri