ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି

ଭୁବନେଶ୍ୱର,୧୧ା୭(ଅନିଲ ଦାସ)ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ୨୦୦ କୋଟି ଟଙ୍କାର ଏକ ସ୍ବତନ୍ତ୍ର ପାଣ୍ଠି(କର୍ପସ ଫଣ୍ଡ) ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ଅନୁମୋଦନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୫ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର ଉନ୍ନତି, ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରସାର ଏବଂ ମୌଳିକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
କର୍ପସ ପାଣ୍ଠିରେ ଓଡ଼ିଆ ଅସ୍ମିତା ଭବନ ଗଠନ ହେବ। ଏଥିସହିତ ଓଡ଼ିଆ ଅନୁବାଦ ଏକାଡେମୀ ଓ ବିଶ୍ୱସ୍ତରୀୟ ତାଳପତ୍ର ପୋଥି ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ। ପାଇକ ବିଦ୍ରୋହ ସ୍ମାରକୀର ଉନ୍ନତୀକରଣ ହେବା ସହିତ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ପ୍ରୟାସ କରାଯିବ। ଏଥିରେ ଓଡ଼ିଆ କଳାକାରମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ଦିଆଯିବ। ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତ ପ୍ରଶିକ୍ଷଣ ନିମନ୍ତେ ଆର୍ଥିକ ପ୍ରୋତ୍ସାହନ ସହ ଜାତୀୟ ବିଶ୍ୱବିଦ୍ୟାଳୟ ଓ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା, ଜିଲାସ୍ତରରେ ଇ-ଗ୍ରନ୍ଥାଳୟ ସ୍ଥାପନ ଏବଂ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା ଆଦି କାର୍ଯ୍ୟକ୍ରମ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିପାଇଁ ବିସ୍ତୃତ ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଆଗାମୀ ଦିନରେ ଏହି ପାଣ୍ଠିର ପରିମାଣ ଆହୁରି ବୃଦ୍ଧି ହେବ। ଏହାଦ୍ୱାରା ଓଡ଼ିଆ ଅସ୍ମିତା ଉଜ୍ଜୀବିତ ହେବା ସହିତ ଓଡ଼ିଶାର କଳା, ସ୍ଥାପତ୍ୟ, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ପ୍ରଚାର ପ୍ରସାର କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପିଏମ୍‌ କିଷାନରେ ସାମିଲ ହେବେ ୬ ଲକ୍ଷ ଚାଷୀ:

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‌ କିଷାନ) ଯୋଜନାରେ ରାଜ୍ୟର ୬ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ। ରାଜ୍ୟର ସମସ୍ତ ଯୋଗ୍ୟ କୃଷକ ପରିବାରକୁ ପିଏମ୍‌ କିଷାନ ଯୋଜନାରେ ଆର୍ଥିକ ସହାୟତା ଦେବା ପାଇଁ କେନ୍ଦ୍ର ସରକାରଙ୍କ ମାର୍ଗଦର୍ଶିକାକୁ ଅବଲମ୍ବନ କରାଯିବ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିଛି। ଏହାଦ୍ୱାରା ମଧ୍ୟମ, ବୃହତ୍‌ ଓ ସହରାଞ୍ଚଳର ଚାଷୀମାନେ ଉପକୃତ ହୋଇପାରିବେ। ଏଥିପାଇଁ ସ୍ବତନ୍ତ୍ର ଅଭିଯାନ ଗ୍ରହଣ କରାଯାଇ ସମସ୍ତ ଯୋଗ୍ୟ ହିତାଧିକାରୀମାନଙ୍କୁ ସାମିଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ ବିଜେଡି ସରକାର ଅମଳରେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ୨୦୧୮-୧୯ରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନାରେ ମୋଟ ୬୨.୪୯ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ସାମିଲ କରାଯାଇଥିଲା। ସେହିପରି ରାଜ୍ୟର ମୋଟ ୨୭ ଲକ୍ଷ ୩ ହଜାର ୩୩୧ ଚାଷୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ସାମିଲ ହୋଇଛନ୍ତି। ପିଏମ୍‌ କିଷାନ ଯୋଜନାରେ କେନ୍ଦ୍ର ସରକାର ଚାଷୀଙ୍କୁ ୩ଟି କିସ୍ତିରେ ୬ ହଜାର ଟଙ୍କା ଦେଉଥିବାବେଳେ କାଳିଆ ଯୋଜନାରେ ଚାଷୀଙ୍କୁ ରାଜ୍ୟ ସରକାର ୨ଟି କିସ୍ତିରେ ୪ ହଜାର ଟଙ୍କା ଦେଉଥିଲେ। ତେବେ ପିଏମ୍‌ କିଷାନ ଯୋଜନାରେ ଭୂମିହୀନ ଚାଷୀଙ୍କୁ ସାମିଲ କରିବାର କୌଣସି ବ୍ୟବସ୍ଥା ନାହିଁ। କାଳିଆ ଯୋଜନାରେ ଥିବା ସେହି ଚାଷୀମାନେ ବାଦ୍‌ ପଡ଼ିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri