ଦୁର୍ଘଟଣାରେ ମୁଦ୍ରା ସଗ୍ରାହକଙ୍କ ଚାଲିଗଲା ଜୀବନ

ବରଗଡ଼,୧୧।୭(ପ୍ରେମାନନ୍ଦ ଖମାରୀ): ବରଗଡ ବ୍ଲକ ଅଧୀନ ନଦୀପଡ଼ା(ଡାଙ୍ଗ) ନିବାସୀ ଗୋବର୍ଦ୍ଧନ ତ୍ରିପାଠୀ(୬୯)ଙ୍କ ଗୁରୁବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। କୌଣସି ଏକ କାମ ସାରି ବାଇକ୍‌ ଯୋଗେ ଘରକୁ ଫେରୁଥିବା ବେଳେ ବରଗଡ଼ ହଳଦୀପାଲି ଛକଠାରେ ଏକ ଟ୍ରକ ସହ ଦୁର୍ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସାମାଜିକ ଅନୁଷ୍ଠାନ ନିଷ୍ଠା ପରିବାରର ଅନୁରୋଧକୁ ରକ୍ଷା କରି ତାଙ୍କ ଏକମାତ୍ର ପୁଅ ଅଶୋକ ତ୍ରୀପାଠୀ ଓ ପୁତୁରା କିଶୋର, ମନୋଜ ଚକ୍ଷୁଦାନ ପାଇଁ ରାଜି ହୋଇଥିଲେ।

ଚକ୍ଷୁ ଦାନ ସମୟରେ ନିଷ୍ଠା ପରିବାରର ଉପଦେଷ୍ଟା ଅଶ୍ୱିନୀ ତ୍ରିପାଠୀ, ବିଦ୍ୟାଧର ଭୋଇ, ସଙ୍କେତ ଆଠଘରା, ପ୍ରମୋଦ ପାଢ଼ୀ ଓ ତାଙ୍କ ପରିବାରବର୍ଗ ଉପସ୍ଥିତ ଥିଲେ। ଚକ୍ଷୁ ବ୍ୟାଙ୍କର ସୁନୀଲ ସା ପରିବାର ଲୋକଙ୍କୁ ଚକ୍ଷୁଦାନ ପ୍ରମାଣପତ୍ର ପ୍ରଦାନ କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ, ସ୍ବର୍ଗତ ତ୍ରିପାଠୀ ତାଙ୍କ ଦ୍ୱାରା ସଂଗୃହିତ ସମସ୍ତ ସ୍ମାରକୀଗୁଡ଼ିକୁ ନିଷ୍ଠା ପରିବାରକୁ ସ୍ବଇଚ୍ଛାରେ ଲୋକଙ୍କ ଉଦ୍ଦେଶ୍ୟରେ ଦାନ କରିଥିଲେ । ଅନେକ ସ୍ଥାନରେ ସ୍କୁଲ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ତାହା ପ୍ରଦର୍ଶିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri