Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ

ନୂଆଦିଲ୍ଲୀ,୧୨।୭: ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କ ଶେଷରେ ଜାମିନ ମିଳିଛି। ଶୁକ୍ରବାର ସୁପ୍ରିମକୋର୍ଟ ତାଙ୍କ ଜାମିନ ପ୍ରଦାନ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି। କେଜ୍‌ରିଓ୍ବାଲ୍‌ଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ। ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଏକ ଦୁର୍ନୀତି ମାମଲାରେ ଏଏପି ଜାତୀୟ ସଂଯୋଜକ କେଜ୍‌ରିଓ୍ବାଲ୍‌ଙ୍କୁ ଜୁନ ୨୬ରେ ସିବିଆଇ ଗିରଫ କରିଥିଲା। ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ପ୍ରସଙ୍ଗରେ ନିଜର ରାୟ ଦେଇଛନ୍ତି।

ମାର୍ଚ୍ଚ ୨୧ରେ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଇଡି ଗିରଫ କରିଥିଲା। ତାଙ୍କୁ ଏହି ମାମଲାରେ ନିମ୍ନ ଅଦାଲତ ଜୁନ ୧୦ରେ ୧ ଲକ୍ଷ ଟଙ୍କା ବ୍ୟକ୍ତିଗତ ବଣ୍ଡରେ ଜାମିନ ପ୍ରଦାନ କରିଥିଲେ।
ତେବେ ପରଦିନ ଇଡି ଦିଲ୍ଲୀ ହାଇକୋର୍ଟକୁ ଘୁଞ୍ଚାଇ ଦେଇଥିଲା। ହାଇକୋର୍ଟ ଏହି ମୁକ୍ତି ଉପରେ ସ୍ଥଗିତ ରଖିଛନ୍ତି। ଏହା ବିରୋଧରେ ସେ ଉଚ୍ଚ ନ୍ୟାୟାଳୟଙ୍କ ନିକଟକୁ ଯାଇଥିଲେ। ଏହା ଉପରେ ଶୁଣାଣି ହେବ।
ଜୁନ ୨୬ରେ ସିବିଆଇ ତାଙ୍କୁ ଏକ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିଲା। ସେ ଏହି ଗିରଫଦାରୀକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।
ସୁପ୍ରିମକୋର୍ଟରେ ଇଡି ଗିରଫକୁ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଚ୍ୟାଲେଞ୍ଜ କରିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ଆଜି କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri