Posted inଜାତୀୟ

କୃଷକଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା, ଆଗକୁ ମିଳିପାରେ ୮ ହଜାର ଟଙ୍କା

ନୂଆଦିଲ୍ଲୀ, ୧୨।୦୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦିଙ୍କ ୩.୦ ସରକାରର ପ୍ରଥମ ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି । ଜୁଲାଇ ୨୩ ତାରିଖରେ ସଂସଦରେ ଏହି ବଜେଟ୍‌ ଉପସ୍ଥାପନ ହେବ । ଏହାରି ମଧ୍ୟରେ ବଜେଟ୍‌ରେ କୃଷକଙ୍କ ପାଇଁ ଏକ ବଡ଼ ଘୋଷଣା ହେବା ନେଇ ଆନୁମାନ କରାଯାଉଛି । ବିଜନେସ୍‌ ଟୁଡେର ସରକାରୀ ସୁତ୍ରରୁ ଜଣାପଡ଼ିଛି ଯେ, କେନ୍ଦ୍ର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ପାଇଁ ବଜେଟ୍‌ରେ ହେଉଥିବା ଆବଣ୍ଟନ ୩୦ ପ୍ରତିଶତ ବୃଦ୍ଧି କରି ୮୦ ହଜାର କୋଟି କରିବା ନେଇ ସମ୍ଭାବନା ରହିଛି ।

ସରକାର ଅନ୍ତରୀଣ ବଜେଟ୍‌ରେ ପିଏମ୍‌ କିଷାନ ସମ୍ମାନ ନିଧି ପାଇଁ ଆବଣ୍ଟନ ୬୦ ହଜାର କୋଟି ନିର୍ଦ୍ଧାରଣ କରିଥିଲେ । ଯେଉଁଥିରେ ପ୍ରତି କୃଷକଙ୍କୁ ବାର୍ଷିକ ୬ ହଜାର ଟଙ୍କା ସହାୟତା ମିଳୁଛି । ଜୁନ୍‌ର ଶେଷ ସପ୍ତାହରେ ଆୟୋଜିତ ବଜେଟ୍‌ ପୂର୍ବ ପରାମର୍ଶ ବୈଠକ ସମୟରେ କୃଷି ପ୍ରତିନିଧିମାନେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଏହି ପରିମାଣରେ ବୃଦ୍ଧି କରିବାକୁ ଦାବି କରିଥିବା କୁହାଯାଉଛି । ଯଦି ଏହାକୁ ଅନୁମୋଦନ ମିଳେ ତେବେ ଏହି ସହାୟତା ରାଶି ୬ ହଜାରରୁ ବୃଦ୍ଧି ପାଇ ୮ ହଜାର ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri