Posted inଜାତୀୟ

୭ ହାଇକୋର୍ଟରେ ନିଯୁକ୍ତ ହେବେ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୧୩ା୭: ସୁପ୍ରିମକୋର୍ଟ ଦିଲ୍ଲୀ, ହିମାଚଳ ପ୍ରଦେଶ, ଜମ୍ମୁ-କଶ୍ମୀର ଓ ଲଦାଖ, କେରଳ, ମଧ୍ୟପ୍ରଦେଶ, ମାଡ୍ରାସ୍‌ ଏବଂ ମେଘାଳୟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ କଲେଜିୟମ୍‌ ବିଭିନ୍ନ ହାଇକୋର୍ଟର ବିଚାରପତିମାନଙ୍କ ବରିଷ୍ଠତା ଓ ପ୍ରଦର୍ଶନ ଆଧାରରେ ଏହି ସୁପାରିସ କରିଛନ୍ତି। ତଦନୁସାରେ ଦିଲ୍ଲୀ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ମନମୋହନଙ୍କୁ ସେଠାରେ ମୁଖ୍ୟ ବିଚାରପତି ଭାବେ ଅବସ୍ଥାପିତ କରିବା ପାଇଁ ସୁପାରିସ କରାଯାଇଛି। ସେହିପରି ଜଷ୍ଟିସ୍‌ ରାଜୀବ ଶକଧେରଙ୍କୁ ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ ପାଇଁ ପରାମର୍ଶ ଦିଆଯାଇଛି। ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଆସନ୍ତା ୧୯ରେ ଅବସର ନେବେ। ତାଙ୍କ ସ୍ଥାନରେ ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏମ୍‌.ଏସ୍‌. ରାଓଙ୍କୁ ନିଯୁକ୍ତି ଦିଆଯିବ। ଦିଲ୍ଲୀ ହାଇକୋର୍ଟର ବରିଷ୍ଠ ବିଚାରପତି ସୁରେଶ କୁମାର କୈତଙ୍କୁ ଜମ୍ମୁ-କଶ୍ମୀର ଓ ଲଦାଖ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ ସକାଶେ ସୁପାରିସ କରାଯାଇଛି। ଜଷ୍ଟିସ୍‌ ଜି.ଏସ୍‌. ସନ୍ଧ୍ୟାଓ୍ବାଲିଆଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି। ଜଷ୍ଟିସ୍‌ ନୀତିନ ମଧୁକର ଜାମଦାରଙ୍କୁ କେରଳ ହାଇକୋର୍ଟ ଏବଂ ଜଷ୍ଟିସ୍‌ ତଶିନ୍‌ ରବସ୍ତାନଙ୍କୁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଅବସ୍ଥାପିତ କରିବା ପାଇଁ ସୁପାରିସ କରାଯାଇଛି। ବମ୍ବେ ହାଇକୋର୍ଟର ଦ୍ୱିତୀୟ ବରିଷ୍ଠତମ ବିଚାରପତି କେ.ଆର୍‌. ଶ୍ରୀରାମଙ୍କୁ ମାଡ୍ରାସ ହାଇକୋର୍ଟ ମୁଖ୍ୟ ବିଚାରପତି କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri