ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନାନା ଅବ୍ୟବସ୍ଥା, ସମସ୍ୟା ସମାଧାନ ପ୍ରତିଶ୍ରୁତି ଦେଲେ ବିଧାୟକ

କେସିଙ୍ଗା,୧୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ସାଗର ଚରଣ ଦାଶ ଶନିବାର ପରିଦର୍ଶନ କରିଥିଲେ। ଉକ୍ତ ଗୋଷ୍ଠୀ କେନ୍ଦ୍ରର ଆନ୍ତଃ ବିଭାଗ, ପ୍ରସୂତି କାଳୀନ ଓ ଶିଶୁ ସ୍ବାସ୍ଥ୍ୟ ବିଭାଗକୁ ପରିଦର୍ଶନ କରିଥିଲେ। ସ୍ତ୍ରୀ ରୋଗ ଓ ପ୍ରସୂତି ବିଶେଷଜ୍ଞ ପ୍ରକୋଷ୍ଠରେ ଏକ ଆଲୋଚନା କରାଯାଇଥିଲା। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମା ରୋଗୀଙ୍କ ଟିବି ଔଷଧ, ଫିନାଇଲ, ବିଭିନ୍ନ ପ୍ରକାର ଔଷଧ ସହ ସିରିଞ୍ଜ ମିଳୁ ନ ଥିବାର ଜାଣି ବିଧାୟକ କ୍ଷୋଭ ପ୍ରକାଶ କରିଥିଲେ। ରୋଗୀଙ୍କୁ ଉତ୍ତମ ଚିକିତ୍ସା କରିବା ପାଇଁ ଡାକ୍ତରମାନଙ୍କୁ ଉପଦେଶ ଦେଇଥିଲେ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିଭିନ୍ନ ସମସ୍ୟା ଉପରେ ମୁଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରି ଜଣାଇବି ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୨୦ଟି ପୁରୁଣା ପ୍ରକୋଷ୍ଠ ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଡ୍ରେନେଜ୍‌ର ସୁବିଧା ନାହିଁ। ରୋଗୀଙ୍କ ଅପେକ୍ଷା କରିବା ପାଇଁ ଓ୍ବେଟିଂ ହଲ୍‌ ନାହିଁ। ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପାଷ୍ଟିକୁଡ଼ି ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରୁ ଅଲଗା କରିବା ପାଇଁ ବିଧାୟକଙ୍କୁ ଅଧ୍ୟକ୍ଷା ଦାବି ଜଣାଇଥିଲେ। ଏହି କେନ୍ଦ୍ରରେ ଏକ ଶବ ବାହକ ଗାଡ଼ି ନ ଥିବାରୁ ବହୁ ଅସୁବିଧା ହେଉଛି। ସେହିପରି ୮ଜଣ ଡାକ୍ତର ରହିବା ବଦଳରେ ୪ଜଣ ଡାକ୍ତର ଥିବାରୁ ରୋଗୀ ଚିକିତ୍ସା କ୍ଷେତ୍ରରେ ଘୋର ଅସୁବିଧା ହେଉଛି। ୮ଜଣ ଷ୍ଟାଫ୍‌ନର୍ସ ବଦଳରେ ୪ଜଣ ଷ୍ଟାଫ୍‌ନର୍ସ ଥିବାରୁ ଦିନ ରାତି ଡ୍ୟୁଟି କରିବାରେ ଘୋର ଅସୁବିଧା ହେଉଛି। ତେଣୁ ଆବଶ୍ୟକତା ଅନୁସାରେ ଡାକ୍ତର , ଆଉ ୪ଜଣ ଷ୍ଟାଫ୍‌ନର୍ସ ଦେବା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧ୍ୟକ୍ଷା ଡା.ପ୍ରଜ୍ଞା ପ୍ରତିଶ୍ରୁତି ମାଝୀି, ବିଧାୟକଙ୍କୁ ଦାବି ଜଣାଇଥିଲେ।
ଏହି ପରିଦର୍ଶନ ସମୟରେ ଡାକ୍ତର, ହିସାବ ରକ୍ଷକ ବି.ପ୍ରଧାନୀଙ୍କ ସମେତ ଷ୍ଟାଫ୍‌ନର୍ସ, କର୍ମଚାରୀ ଏବଂ କାଉନସିଲର ରୋହିତ ଜୈନ, ପୂର୍ବତନ କାଉନସିଲର ବିଜୟ ଦୀପ ପ୍ରମୁଖଙ୍କ ସମେତ ଗଣମାଧ୍ୟମ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri