ଆଜି ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର,୧୪।୭(ଅନିଲ ଦାସ)/ପୁରୀ, (ଅଜିତ୍‌ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ରବିବାର ଖୋଲିବ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶନିବାର ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଗଣମାଧ୍ୟମକୁ ମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ ।

ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାରର ସଂଖ୍ୟା, ଗୁଣାତ୍ମକ ମାନ, ଓଜନ ଓ ଫଟୋଚିତ୍ର ସମ୍ବଳିତ ଡିଜିଟାଲ କାଟାଲଗ୍‌ ମଧ୍ୟ ପ୍ରସ୍ତୁତ କରାଯିବ, ଯାହାକି ଭବିଷ୍ୟତ ପାଇଁ ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ଉପଯୋଗ କରିହେବ । ଏହି ସମସ୍ତ ପ୍ରକ୍ରିୟାରେ ଧାର୍ମିକ ଭାବାବେଗ, ସ୍ବଚ୍ଛତା ଓ ପାରଦର୍ଶିତାକୁ ଗୁରୁତ୍ୱ ଦିଆଯିବ। ଏ ନେଇ ପ୍ରସ୍ତୁତ ଏସ୍‌ଓପି ମନ୍ଦିର ପ୍ରଶାସନକୁ ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଆବଶ୍ୟକତା ଅନୁସାରେ କାର୍ଯ୍ୟ କରିବାକୁ କୁହାଯାଇଛି।

ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତ ଏସ୍‌ଓପି ଚୂଡ଼ାନ୍ତ ପାଇଁ ବୈଠକ ବସି ସରକାରଙ୍କ ପକ୍ଷରୁ ବିଭିନ୍ନ ଦିଗ ଉପରେ ତର୍ଜମା କରାଯାଇଛି। ଏହି ସମସ୍ତ ପ୍ରକ୍ରିୟାର ସୁପରିଚାଳନା ପାଇଁ ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ଓପିରେ ସବୁକଥା ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। କେଉଁ କମିଟି କ’ଣ କାର୍ଯ୍ୟ କରିବ ତାହା ମଧ୍ୟ ଉଲ୍ଲେଖ ରହିଛି। ଗଣତି ସମୟରେ ରିଜର୍ଭ ବ୍ୟାଙ୍କର ପ୍ରତିନିଧି ଉପସ୍ଥିତ ମଧ୍ୟ ରହିବେ। ସେହିଭଳି ଭିତର ରତ୍ନଭଣ୍ଡାରକୁ କେଉଁମାନେ ଯିବେ ତାହା ମଧ୍ୟ ଚୂଡ଼ାନ୍ତ ହୋଇଛି। ବିଭିନ୍ନ କମିଟିରେ ମନ୍ଦିର ପରିଚାଳନା ସଦସ୍ୟ, ସେବାୟତ, ଏଏସ୍‌ଆଇ ପ୍ରତିନିଧି, ରିଜର୍ଭ ବ୍ୟାଙ୍କ ପ୍ରତିନିଧିଙ୍କୁ ସାମିଲ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏସବୁ କମିଟିର ସୁପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ମନ୍ତ୍ରୀ କହିଛନ୍ତି। ଗତଥର ରତ୍ନଭଣ୍ଡାରର ଅଳଙ୍କାର ଗଣତିମଣତି କାର୍ଯ୍ୟ ପାଇଁ ୭୦ରୁ ୭୨ ଦିନ ସମୟ ଲାଗିଥିଲା। ଚଳିତଥର ଟେକ୍ନୋଲୋଜିରେ ସୁଧାର ଆସିଛି। ମାତ୍ର ଏହି କାର୍ଯ୍ୟ ପାଇଁ କେତେଦିନ ସମୟ ଲାଗିବ ତାହା କହିବା ଏବେ ସମ୍ଭବପର ନୁହେଁ । ଏହି ମରାମତି ଓ ଗଣତିମଣତି ଯୋଗୁ ମହାପ୍ରଭୁଙ୍କ ଦର୍ଶନ କିମ୍ବା ନୀତିକାନ୍ତିରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ତେବେ ରତ୍ନଭଣ୍ଡାର ଖୋଲିବା ଓ ଗଣତିମଣତି ଏକ ସମ୍ବେଦନଶୀଳ ପ୍ରସଙ୍ଗ । ମହାପ୍ରଭୁଙ୍କ ନୀତି ତଥା ଧାର୍ମିକ ଭାବନା ସହ ଜଡ଼ିତ ଥିବାରୁ କିଛି କଥା ଲୁକ୍କାୟିତ ରହିବା ଜରୁରୀ ବୋଲି ମନ୍ତ୍ରୀ କହିଛନ୍ତି ।

ବିଜେଡି ସରକାରକୁ ସମାଲୋଚନା କରି ସେ କହିଛନ୍ତି ଯେ ଗୋଟିଏ ସରକାର ୨୪ ବର୍ଷ ଶାସନରେ ରହି ମଧ୍ୟ ରତ୍ନଭଣ୍ଡାର ଖୋଲିପାରିଲେ ନାହିଁ । ଭାଜପା ସରକାର ମାତ୍ର ମାସକ ମଧ୍ୟରେ ମହାପ୍ରଭୁଙ୍କ ଆଶୀର୍ବାଦରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛନ୍ତି। ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ରିପୋର୍ଟକୁ ତାଙ୍କ ସରକାର ସାର୍ବଜନୀନ କରିବେ । ଏଥିସହିତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ମଧ୍ୟ ନେବେ ବୋଲି ଆଇନ ମନ୍ତ୍ରୀ କହିିଛନ୍ତି ।
ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ରତ୍ନଭଣ୍ଡାର ଖୋଲିବା ନେଇ ଆଉ ଏକ ବୈଠକ ବସିବ। ସେଠାରେ ସବୁ ଆବଶ୍ୟକତା ସମ୍ପର୍କରେ ଆଲୋଚନା ହେବ। ଅପରାହ୍ନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ଖୋଲାଯିବ। ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ। ଚାବିରେ ଯଦି ତାଲା ନ ଖୋଲେ, ତା’ହେଲେ ତାଲା ଭଙ୍ଗାଯାଇ ଖୋଲାଯିବ। ତାଲା ଭାଙ୍ଗିବା ପାଇଁ ତାଲା ଭଙ୍ଗା ଟିମ୍‌ ଡକାଯାଇଛି। ସ୍ନେକ୍‌ ହେଲ୍ପଲାଇନ ଓ ମେଡିକାଲ ଟିମ୍‌ ମଧ୍ୟ ଉପସ୍ଥିତ ରହିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଭିତରକୁ ଯିବାକୁ ପଡ଼ିପାରେ। କେଉଁମାନେ ଭିତରକୁ ଯିବେ ସେନେଇ ମଧ୍ୟ ଏସ୍‌ଓପି ହୋଇଛି। ତଦାରଖ କମିଟିର ୨ ଜଣ, ଜିଲାପାଳ, ତାଲା ଭଙ୍ଗା ଟିମ୍‌ ଯିବେ। ଏଏସ୍‌ଆଇ ଟିମ୍‌, ଭଣ୍ଡାର ମେକାପ, ତଡ଼ଉକରଣ ମଧ୍ୟ ଯିବେ। ରତ୍ନ ଅଳଙ୍କାର ରଖିବା ପାଇଁ ମନ୍ଦିର ଭିତରେ ସ୍ଥାନ ଚିହ୍ନଟ ହୋଇସାରିଛି।
ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠିତ ଜଷ୍ଟିସ ଅରିଜିତ୍‌ ପଶାୟତ କମିଟିକୁ ଭାଙ୍ଗି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଛନ୍ତି। ଜଷ୍ଟିସ ରଥଙ୍କ କମିଟି ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ସୁପାରିସ କରିଥିଲେ। ଉକ୍ତ କମିଟିର ତଦାରଖରେ ରତ୍ନଭଣ୍ଡାର ଖୋଲା ଓ ଗଣତିମଣତି କାର୍ଯ୍ୟ ସମ୍ପାଦନ ହେବ। ରାଜ୍ୟ ସରକାର ଏହି ପ୍ରକ୍ରିୟା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ମଧ୍ୟ ବରିଷ୍ଠ ଆଇଏଏସ୍‌ ଅଫିସର ବୀରବିକ୍ରମ ଯାଦବଙ୍କୁ ହଟାଇ ଅରବିନ୍ଦ ପାଢ଼ୀଙ୍କୁ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri