ସରକାରୀ କର୍ମଚାରୀଙ୍କୁ ଖୁସି ଖବର ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ଜୁଲାଇ ୨୨ରୁ ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ୍‌ ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ସାଧାରଣ ବଜେଟ ଉପସ୍ଥାପନ କରିବେ। ମୋଦି ୩.୦ର ଏହି ପ୍ରଥମ ବଜେଟକୁ ଜନସାଧାରଣ ଅପେକ୍ଷା କରିଛନ୍ତି। ଅର୍ଥମନ୍ତ୍ରୀ ଅନେକ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି। ଏଥିମଧ୍ୟରୁ ଗୋଟିଏ ହେଉଛି ସର୍ବନିମ୍ନ ବେତନ ପ୍ରସଙ୍ଗ। ବିଶେଷଜ୍ଞମାନେ ଆକଳନ କରିଛନ୍ତି,ଏକ ଦଶନ୍ଧି ଅପେକ୍ଷା ପରେ କର୍ମଚାରୀମାନେ ଏହି ଦିଗରେ କିଛି ଭଲ ଖବର ପାଇପାରନ୍ତି। ସର୍ବନିମ୍ନ ଦରମା ୧୫ ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରାଯିବାର ସମ୍ଭାବନା ରହିଛି।
ବର୍ତ୍ତମାନ କେନ୍ଦ୍ର ସରକାରୀ କର୍ମଚାରୀ ପ୍ରୋଭିଡେଣ୍ଟ ପାଣ୍ଠିରେ ଯୋଗଦାନ ପାଇଁ ସର୍ବନିମ୍ନ ଦରମା ହେଉଛି ୧୫,୦୦୦ ଟଙ୍କା। ବଜେଟ ୨୦୨୪ରେ ଏହାକୁ ୨୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇପାରେ। ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ଏହି ପ୍ରସ୍ତାବ ପ୍ରସ୍ତୁତ କରିଛି। ଜୁଲାଇ ୨୩ ରେ ଉପସ୍ଥାପିତ ହେବାକୁ ଥିବା ବଜେଟରେ ଏହା ଘୋଷଣା କରି ବର୍ଷ ବର୍ଷ ଧରି ଚାଲିଆସୁଥିବା ଦାବି ଅର୍ଥମନ୍ତ୍ରୀ ପୂରଣ କରିପାରିବେ।
ସେପଟେ ଦେଶରେ ସର୍ବନିମ୍ନ ଦରମା ୧୦ ବର୍ଷ ହେବ ବୃଦ୍ଧି ହୋଇନାହିଁ। କିନ୍ତୁ ବିଗତ ବର୍ଷଗୁଡ଼ିକରେ ମୁଦ୍ରାସ୍ଫୀତିରେ ତୀବ୍ର ବୃଦ୍ଧି ଘଟିଛି। ଏହାପୂର୍ବରୁ ସେପ୍ଟେମ୍ବର ୧, ୨୦୧୪ରେ ସର୍ବନିମ୍ନ ଦରମା ବୃଦ୍ଧି କରାଯାଇଥିଲା। ସେପର୍ଯ୍ୟନ୍ତ ସର୍ବନିମ୍ନ ମଜୁରୀ ୬,୫୦୦ ଟଙ୍କା ଥିଲା ଯାହାକି ୧୫,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri