ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ଏହି ଦିନ ପୁଣି ଖୋଲାଯିବ ରତ୍ନଭଣ୍ଡାର, ଧାର୍ଯ୍ୟ ହେଲା ବାର, ସମୟ

ପୁରୀ,୧୬।୭: ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତରଣ ହେବ। ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ଅସ୍ଥାୟୀ ରତ୍ନଭଣ୍ଡାର ‘ଖଟଶେଯ ଘର’କୁ ସ୍ଥାନାନ୍ତରଣ କରାଯିବ। ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ କରାଯିବ। ତାଲାକୁ ଜଉମୁଦ ସିଲ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ ବୋଲି ଜଷ୍ଟିସ ବିଶ୍ବନାଥ କହିଛନ୍ତି।

ମଙ୍ଗଳବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ପୁଣି କେବେ ଖୋଲାଯିବ ସେନେଇ ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକ ପରେ ରତ୍ନଭଣ୍ଡାର ଗୁରୁବାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri