୧୯ରେ ଲଘୁଚାପ: ୨୨ ଯାଏ ବର୍ଷିବ

ଭୁବନେଶ୍ୱର,୧୭ା୭(ଅନିଲ ଦାସ): ଆସନ୍ତା ୨୨ ତାରିଖ ଯାଏ ରାଜ୍ୟକୁ ପ୍ରବଳ ବର୍ଷା ମିଳିବ। ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଏପରି କି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ସେହିଦିନ ସନ୍ଧ୍ୟା କିମ୍ବା ୨୦ ତାରିଖରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଯୋଗୁ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୨ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଗତ ୪୮ ଘଣ୍ଟା ମଧ୍ୟରେ କୋରାପୁଟରେ ୪୫.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧ ୪୨, ଦେବଗଡ଼ ୨୪, ନବରଙ୍ଗପୁର ୨୩, ବାରିପଦା ୧୧, ତାଳଚେର ୧୫, ଭବାନୀପାଟଣା ୧୪, ସୋନପୁର ୧୪, ନୟାଗଡ଼ ୧୯, ଫୁଲବାଣୀ ୧୯ ଏବଂ ଟିଟିଲାଗଡ଼ରେ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri