ଆଜି ରଥରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ,୧୭ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବୁଧବାର ରଥ ଉପରେ ମହାପ୍ରଭୁଙ୍କ ଅନନ୍ୟ ସୁନାବେଶ, ରାଜରାଜେଶ୍ୱର ବେଶ ତଥା ବଡ଼ତଢ଼ାଉ ବେଶ ଅନୁଷ୍ଠିତ ହେବ। ଏହି ପବିତ୍ର ତିଥିରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହମାନେ ମହଣ ମହଣ ସୁନାରେ ସଜେଇ ହେବେ। ଶ୍ରୀବିଗ୍ରହମାନଙ୍କ ଦୁର୍ଲ୍ଲଭ ସୁନାବେଶ ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ, ରଥ ଉପରେ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇ ମଇଲମ ଓ ଏକାଦଶୀ ସର୍ବାଙ୍ଗ ନୀତି ବଢ଼ିବା ପରେ ଠାକୁରଙ୍କ ସୁନାବେଶ ଆରମ୍ଭ ହେବ। ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ସୁନାବେଶ ହେବା ନେଇ ନୀତି ନିର୍ଘଣ୍ଟ କରାଯାଇଛି। ରାତି ୧୦ରୁ ୧୧ଟା ଭିତରେ ସୁନାବେଶ ମଇଲମ କରାଯିବ। ଅନ୍ୟାନ୍ୟ ନୀତି ବଢି ବଡ଼ସିଂହାର ବେଶ ପରେ ରାତି ୧ଟା ୩୦ରେ ରାତ୍ର ପହୁଡ ଅନୁଷ୍ଠିତ ହେବ। ଅପରପକ୍ଷରେ ବୁଧବାର ଏକାଦଶୀ ହେତୁ ରଥ ଉପରେ ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ। ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ସମସ୍ତେ ପ୍ରସ୍ତୁତ ରହିବା ସହ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri