Posted inଜାତୀୟ

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଏହି ଦିନ ମଧ୍ୟାହ୍ନ ସୁଦ୍ଧା ପ୍ରକାଶ କର ନିଟ୍‌ ରେଜଲ୍ଟ

ନୂଆଦିଲ୍ଲୀ,୧୮।୭: ନିଟ୍‌ ରେଜଲ୍ଟକୁ ନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ବିବାଦୀୟ NEET-UG 2024 ପରୀକ୍ଷା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ତଦନ୍ତ ରିପୋର୍ଟ ମାଗିଛନ୍ତି। ତିନିଜଣ ବିଚାରପତିଙ୍କ ଏକ ବେଞ୍ଚ କୋର୍ଟରେ ଏହି ମାମଲାର ଶୁଣାଣି କରୁଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୨ ପାଇଁ ସ୍ଥିର ହୋଇଛି।
ସୁପ୍ରିମକୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)କୁ କହିଛନ୍ତି, ଶନିବାର ଅପରାହ୍ନ ସୁଦ୍ଧା ଏହାର ୱେବସାଇଟରେ ସେଣ୍ଟର ଓ୍ବାଇଜ୍‌ ସ୍କୋର ପ୍ରକାଶ କର। ଛାତ୍ରୀଛାତ୍ରମାନଙ୍କର ପରିଚୟ ଗୁପ୍ତ ରଖ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଦ, ଜେ.ବି ଜଷ୍ଟିସ ପାରଦିୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ବେଞ୍ଚ ଏହି ଶୁଣାଣି କରୁଛନ୍ତି। କୋର୍ଟରେ ଉଭୟ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ଏନଟିଏର ଆବେଦନ ସମେତ ୪୦ରୁ ଅଧିକ ଆବେଦନ ଶୁଣାଣି କରାଯାଉଛି। ଏଥିରେ ବିଭିନ୍ନ ହାଇକୋର୍ଟରେ ବିଚାରାଧୀନ ଥିବା ମାମଲାଗୁଡ଼ିକୁ ସୁପ୍ରିମକୋର୍ଟରେ ହସ୍ତାନ୍ତର କରିବାକୁ ଆବେଦନ କରାଯାଇଛି।
NEET ପରୀକ୍ଷା ମେ ୫ରେ ଅନୁଷ୍ଠିତ ହୋଇଥିଲା। ୬୭ ଟପର୍‌ ଆସିବା ପରଠାରୁ ଏହି ପରୀକ୍ଷା ବିବାଦରେ ରହିଆସିଛି।
କିଛି ଆବେଦନକାରୀ ଦାବି କରିଛନ୍ତି ଯେ, NEET ପରୀକ୍ଷା ବାତିଲ କରାଯାଉ ଏବଂ ଏହାକୁ ପୁନର୍ବାର କରାଯାଉ। ପରୀକ୍ଷାରେ ଅନିୟମିତତା ଅନୁସନ୍ଧାନ କରାଯିବା ଉଚିତ୍‌। NEET ପରୀକ୍ଷା ପୁନର୍ବାର କରାଯିବ କି ନାହିଁ ତାହା ସୁପ୍ରିମକୋର୍ଟ ନିଷ୍ପତ୍ତି ନେବାକୁ ପଡିବ।
ସୂଚନାଯୋଗ୍ୟ, NEET ପେପର ଲିକ ମାମଲାରେ ଏପର୍ଯ୍ୟନ୍ତ ଅନେକ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ବର୍ତ୍ତମାନ ମାମଲାର ତଦନ୍ତ ସିବିଆଇ ହାତରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri