ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ: ଅଭିଯୋଗ ପରେ ବିଲ୍‌ ବନ୍ଦ କଲେ ବିଡିଓ

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡା ପଞ୍ଚାୟତରେ ଏକ ପ୍ରକଳ୍ପ କାମରେ ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ ହୋଇଥିଲା। ଏ ନେଇ ଅଭିଯୋଗ ପରେ ବିଡିଓ ବିଲ୍‌ ବନ୍ଦ କରିଛନ୍ତି।

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ପକ୍ଷରୁ କସୃପଡା ଜାତୀୟ ରାଜପଥ ପାର୍ଶ୍ୱରେ ଗୋଷ୍ଠୀ କେନ୍ଦ୍ର ନିର୍ମାଣ ପାଇଁ ୪ଲକ୍ଷ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ତାଲିମ କେନ୍ଦ୍ର ନିର୍ମାଣ ପାଇଁ ୨ଲକ୍ଷ ୫୦ହଜାର ଟଙ୍କା ଗତ୨୦୨୩-୨୪ ଆର୍ଥିକ ବର୍ଷରେ ମଞ୍ଜୁର ହୋଇଥିଲା। ଦୁଇଟି ପ୍ରକଳ୍ପ ହୋଇଥିବାରୁ ପୃଥକ୍‌ ଭାବେ ଦୁଇଟି ବିଲ୍‌ ହେବାର କଥା। କିନ୍ତୁ ଠିକାଦାର ଓ ବ୍ଲକ ପ୍ରଶାସନ ମିଳିତ ଭାବେ ଗୋଟିଏ ପ୍ରକଳ୍ପ ନିର୍ମାଣ କରି ଅନ୍ୟ ଏକ ପ୍ରକଳ୍ପର ମିଥ୍ୟା ବିଲ୍‌ ଭାଉଚର କରି ଆତ୍ମସାତ୍‌ ଉଦ୍ୟମ କରିଥିଲେ। ଏହା ଜାଣିବା ପରେ ଗ୍ରାମବାସୀ ବିଡ଼ିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମର ୪୦ଜଣଙ୍କ ଦସ୍ତଖତ ସମ୍ବଳିତ ଅଭିଯୋଗପତ୍ର ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ଗୋଟିଏ କେନ୍ଦ୍ରର ଉଭୟ ପାର୍ଶ୍ୱରେ ଦୁଇଟି ସୂଚନ ଫଳକ ନିର୍ମାଣ କରାଯାଇଥିବା ଅଭିଯୋଗରେ ଦର୍ଶାଇଛନ୍ତି। ଏ ସଂକ୍ରାନ୍ତରେ କେସିଙ୍ଗା ବିଡ଼ିଓ ପଦ୍ମନାଭ ପୁରୋହିତଙ୍କୁ ପଚାରିବାରୁ ଦୁଇଟି ବିଲ୍ଡିଂ କରା ନ ଗଲେ ବିଲ୍‌ କରାଯିବ ନାହିଁ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri