୧୪ ବର୍ଷ ପରେ ହତ୍ୟା ଉଦ୍ୟମ ମାମଲାର ରାୟ ପ୍ରକାଶ

ବ୍ରହ୍ମପୁର,୧୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏସିଜେଏମ୍‌) ଅଲେଖ କୁମାର ପ୍ରଧାନ ଶୁକ୍ରବାର ଏକ ହତ୍ୟା ଉଦ୍ୟମ ମାମଲାର ୧୪ବର୍ଷ ପରେ ଶୁଣାଣି କରିଛନ୍ତି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ପ୍ରମାଣକୁ ଭିତ୍ତି କରି ବିଚାରପତି ଅଭିଯୁକ୍ତ ଶଙ୍କର ଜେନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ରାୟରେ ପ୍ରକାଶ କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ରହିଛି।

ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଜଣେ ଅଭିଯୁକ୍ତ ଗୁଞ୍ଜନ ଜେନା କୋର୍ଟରେ ବିଚାରଣା ବେଳେ ହାଜର ହୋଇ ନ ଥିବା ଜଣାପଡିଛି । ୨୦୧୦ରେ ସଦର ଥାନା ଅନ୍ତର୍ଗତ ଗୁଣ୍ଠବନ୍ଧ ଗ୍ରାମର ଉମେଶ ଜେନାଙ୍କୁ ଦୁଇ ଅଭିଯୁକ୍ତ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୧୫୬/୧୦) ରୁଜୁ କରି ଗୁଞ୍ଜନ ଜେନା ଓ ଶଙ୍କର ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସରକାରଙ୍କ ପକ୍ଷରୁ ଏପିପି କୁରେଶ ଗୌଡ଼ ଓ ଜଗନ୍ନାଥ ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri